ଅଟୋକୁ ଧକ୍କା ଦେଲା ଯାତ୍ରୀବାହୀ ବସ୍‌ , ୪ ଜଣଙ୍କ ମୃତ୍ୟୁ

0

ଜୟପୁର,୧୮/୬: କୋରାପୁଟ୍‌ ଜିଲ୍ଲା ବୋରିଗୁମ୍ମା ବ୍ଲକ ଦେଇ ଯାଇଥିବା ୨୬ ନମ୍ୱର ଜାତୀୟ ରାଜପଥର ମଝିଆ ଛକରେ ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଯାତ୍ରୀବାହୀ ବସ୍‌ ଅଟୋକୁ ଧକ୍କା ଦେବାରୁ ଘଟଣାସ୍ଥଳରେ ୪ ଜଣଙ୍କ ମୃତ୍ୟୁ ଘଟିଛି। ଅନ୍ୟ ୩ ଜଣ ଗୁରୁତର ଆହତ ହୋଇଛନ୍ତି। ଆହତଙ୍କୁ ବୋରିଗୁମ୍ମା ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସେମାନଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଗୁରୁତର ରହିଛି। ମୃତ ଓ ଆହତ ସମସ୍ତେ ଅଟୋରେ ଥିବା ଜଣାପଡ଼ିଛି। ମାତ୍ର ସେମାନଙ୍କ ପରିଚୟ ଜଣାପଡ଼ିନାହିଁ। ପୁଲିସ ଓ ଅଗ୍ନିଶମ କର୍ମଚାରୀମାନେ ଘଟଣା ସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଚଳାଇଛନ୍ତି।

Leave A Reply

Your email address will not be published.