ଆଜି ଠାରୁ ରାତ୍ରି ‘ଆହାର’ : ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ, ଦୈନିକ ୧୫ ହଜାର ଲୋକଙ୍କ ରାତ୍ରିଭୋଜନର ସୁବିଧା

0

ଭୁବନେଶ୍ୱର,୩୧/୧୨ : ଆଜି ‘ଆହାର’ ଯୋଜନାରେ ରାତ୍ରି ଭୋଜନ ବ୍ୟବସ୍ଥାର ଶୁଭାରମ୍ଭ ହୋଇଛି । କ୍ୟାପିଟାଲ ହସ୍ପିଟାଲ ପରିସରରୁ ଏହାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ ପରିସରରେ ଖୋଲୁଥିବା ନୂଆ ଆହାର କେନ୍ଦ୍ରର ଲୋକାର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ । ୫୬ଟି ପ୍ରମୁଖ ଚିକିତ୍ସାଳୟରେ ଥିବା ଆହାର କେନ୍ଦ୍ରରେ ଏଣିକି ରୋଗୀଙ୍କ ସମ୍ପର୍କୀୟ ଏବଂ ଚିକିତ୍ସା ପାଇଁ ଆସୁଥିବା ଜନସାଧାରଣଙ୍କ ପାଇଁ ଆହାର ଯୋଜନାରେ ରାତ୍ରିଭୋଜନ ମିଳିବ । ପ୍ରତିଦିନ ରାତି ୭ଟା ରୁ ୯ଟା ଭିତରେ ୧୫ ହଜାର ଲୋକଙ୍କୁ ୫୬ଟି ଆହାର କେନ୍ଦ୍ରରେ ରାତ୍ରିଭୋଜନର ସୁବିଧା ମିଳିବ ।
ଏହି କାର୍ଯ୍ୟକ୍ରମରେ ସାଧାରଣ ଲୋକଙ୍କୁ ସାମିଲ କରିବା ଉଦ୍ଦେଶ୍ୟରେ ଅନଲାଇନରେ ଦାନ ବ୍ୟବସ୍ଥା ମଧ୍ୟ ଆରମ୍ଭ କରାଯିବ । ଲୋକମାନେ ସେମାନଙ୍କ ପ୍ରିୟଜନଙ୍କ ଜନ୍ମ ଦିବସ, ବିବାହ ବାର୍ଷିକୀ ଓ ଶ୍ରାଦ୍ଧ ଦିବସ ଅବସରରେ ଚାହିଁଲେ ଆହାର କେନ୍ଦ୍ର ଜରିଆରେ ଲୋକମାନଙ୍କୁ ଖାଇବାକୁ ଦେଇପାରିବେ। ଏଥିପାଇଁ କେବଳ ଅନଲାଇନ ମାଧ୍ୟମରେ ଦାନ ଗ୍ରହଣ କରାଯିବ ଓ ଏଥିରେ ଶତପ୍ରତିଶତ ଆୟକର ରିହାତି ମିଳିବ ।

Leave A Reply

Your email address will not be published.