ଆସନ୍ତାକାଲି ସବୁ ଶିକ୍ଷାନୁଷ୍ଠାନ ବନ୍ଦ ରହିବ

0

ଭୁବନେଶ୍ୱର ,୭/୧: ଆସନ୍ତାକାଲି ରାଜ୍ୟର ସମସ୍ତ ସ୍କୁଲ ବନ୍ଦ ରହିବ। ଏନେଇ ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଘୋଷଣା କରାଯାଇଛି। ଟ୍ରେଡ ୟୁନିଅନର ବନ୍ଦ ଡାକରା ଯୋଗୁ ରାଜ୍ୟର ସମସ୍ତ ସ୍କୁଲ ବନ୍ଦ ରଖିବାକୁ ନିଷ୍ପତ୍ତି ନିଆଯାଇଥିବା ସ୍କୁଲ ଓ ଗଣଶିକ୍ଷା ବିଭାଗ ସଚିବ ପ୍ରଦୀପ୍ତ ମହାପାତ୍ର ସୂଚନା ଦେଇଛନ୍ତି। ତେବେ ଟ୍ରେଡ ୟୁନିଅନ ପକ୍ଷରୁ ଦୁଇଦିନିଆ ବନ୍ଦ ଡାକରା ଦିଆଯାଇଥିବାରୁ ବୁଧବାର ସ୍କୁଲ ବନ୍ଦ ରହିବ କି ନାହିଁ କାଲି ନିଷ୍ପତ୍ତି ନିଆଯିବ ବୋଲି ସେ କହିଛନ୍ତି। ସ୍କୁଲ ପରି ଆସନ୍ତାକାଲି କଲେଜ ଓ ସମସ୍ତ ବିଶ୍ୱବିଦ୍ୟାଳୟ ବନ୍ଦ ରହିବ। ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଅବଗତ କରାଯାଇଛି।

SBI AD
Leave A Reply

Your email address will not be published.