ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୨୪/୯: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ନେଇ ମଙ୍ଗବଳାର ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ସୂଚନା ମିଳିଛି। ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ୭ଟି ଜିଲ୍ଲାକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଥିବା ବେଳେ ୮ଟି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଥିବା ଜିଲ୍ଲାଗୁଡ଼ିକ ମଧ୍ୟରେ ମୟୁରଭଞ୍ଜ, ବାଲେଶ୍ୱର, କଟକ, ଖୋର୍ଦ୍ଧା, ପୁରୀ, ଭଦ୍ରକ ଓ ଗଞ୍ଜାମ ଆଦି ରହିଥିବା ବେଳେ ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, ନୟାଗଡ଼, କେନ୍ଦୁଝର, କଳାହାଣ୍ଡି, ବୌଦ୍ଧ ଓ ଢ଼େଙ୍କାନାଳ ଆଦି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

ସେହିପରି ୨୫ରୁ ୨୬ ତାରିଖ ମଧ୍ୟରେ ପ୍ରବଳ ବର୍ଷା ସମ୍ଭାବନାକୁ ଦେଖି ମୟୁରଭଞ୍ଜ, ସୁନ୍ଦରଗଡ଼, କେନ୍ଦୁଝର, ଝାରସୁଗୁଡା, ସମ୍ବଲପୁର, ବରଗଡ଼ ଓ ଗଜପତି ଆଦି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣଂ ଜାରି କରାଯାଇଛି। ୨୬ରୁ ୨୭ ତାରିଖ ମଧ୍ୟରେ ସୁନ୍ଦରଗଡ଼, କେନ୍ଦୁଝର, ମୟୁରଭଞ୍ଜ ଓ ବାଲେଶ୍ୱର ଆଦି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ପାଇଁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।