କଂଗ୍ରେସର ‘ଚୌକିଦାର ଚୋର’ ବିଜ୍ଞାପନ ଉପରେ ପ୍ରତିବନ୍ଧକ ଲଗାଇଲେ ଇସି

0

ନୂଆଦିଲ୍ଲୀ,୧୮/୪ : ମଧ୍ୟପ୍ରଦେଶର ମୁଖ୍ୟ ନିର୍ବାଚନର ଅଧିକାରୀ କଂଗ୍ରେସର ‘ଚୌକିଦାର ଚୋର’ ବିଜ୍ଞାପନ ଉପରେ ପ୍ରତିବନ୍ଧକ ଲଗାଇଛନ୍ତି। ଯୁଗ୍ମ ମୁଖ୍ୟ ନିର୍ବାଚନ ଅଧିକାରୀ ରାତେଶ କୌଲ ବୁଧବାର ରାଜ୍ୟର ସମସ୍ତ ଜିଲାପାଳଙ୍କୁ ଏହି ବିଜ୍ଞାପନର ପ୍ରସାରଣ ବନ୍ଦ କରିବାକୁ ନିର୍ଦେଶ ଦେଇଛନ୍ତି।

ଲୋକସଭା ନିର୍ବାଚନ ପାଇଁ କଂଗ୍ରେସର ‘ଚୌକିଦାର ଚୋର’ ବିଜ୍ଞାପନର ଆଞ୍ଚଳିକ ଗଣମାଧ୍ୟମରେ ପ୍ରସାରଣ ବନ୍ଦ କରିବାକୁ କୁହାଯାଇଛି। ଏହା ପୂର୍ବରୁ ସୁପ୍ରିମକୋର୍ଟ ମଧ୍ୟ ‘ଚୌକିଦାର ଚୋର’ ବିଜ୍ଞାପନ ଉପରେ ରାହୁଲ ଗାନ୍ଧୀଙ୍କୁ ଜବାବ ମାଗିଛନ୍ତି।

ସୂଚନା ଅନୁସାରେ ବିଜେପି ସାଂସଦ ମୀନାକ୍ଷୀ ଲେଖି କଂଗ୍ରେସର ‘ଚୌକିଦାର ଚୋର’ ବିଜ୍ଞାପନ ବିରୋଧରେ ନିର୍ବାଚନ ଅଧିକାରୀଙ୍କ ନିକଟରେ ଅଭିଯୋଗ କରିଥିଲେ। ଏହି ବିଜ୍ଞାପନ ଅପମାନଜନକ ଓ ଆପତ୍ତିଜନକ ବୋଲି କୁହାଯାଇଥିଲା। ନିର୍ବାଚନ ଆୟୋଗଙ୍କ ଗଣମାଧ୍ୟମ ପ୍ରାମାଣିକତା ଏବଂ ପର୍ଯ୍ୟବେକ୍ଷଣ କମିଟି ବିନା ଅନୁମତିରେ ଏହି ବିଜ୍ଞାପନର ପ୍ରସାରଣ କରାଯାଉଥିବା ଅଭିଯୋଗ କରାଯାଇଥିଲା। ଅଭିଯୋଗ ଆଧାରରେ ନିର୍ବାଚନ ଅଧିକାରୀ କାର୍ଯ୍ୟାନୁଷ୍ଠାନ ନେବା ପୂର୍ବକ ଏହି ବିଜ୍ଞାପନ ଉପରେ ପ୍ରତିବନ୍ଧକ ଲଗାଇଛନ୍ତି।

Leave A Reply

Your email address will not be published.