ଫୋନି: ମୁଖ୍ୟମନ୍ତ୍ରୀଙ୍କ କେନ୍ଦ୍ରାପଡ଼ା ଜିଲ୍ଲା ଗସ୍ତ, ନିର୍ମାଣ ହେବ ୩୦ଟି ବାତ୍ୟା ଆଶ୍ରୟସ୍ଥଳୀ

0

ଭୁବନେଶ୍ଵର,୧୬/୫: ବାତ୍ୟା ଫୋନିରେ ପୁରୀ, ଖୋର୍ଦ୍ଧା ଓ କଟକ ଜିଲ୍ଲା ସହିତ କେନ୍ଦ୍ରାପଡ଼ା ଜିଲ୍ଲା ମଧ୍ୟ କ୍ଷତିଗ୍ରସ୍ତ ହୋଇଛି। ଗତକାଲି ପୁରୀ ଜିଲ୍ଲା ପରେ ଆଜି କେନ୍ଦ୍ରାପଡ଼ାର ସ୍ଥିତି ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ। ଏହା ପରେ ମୁଖ୍ୟମନ୍ତ୍ରୀ ଜିଲ୍ଲାର ସମ୍ବେଦନଶୀଳ ଅଞ୍ଚଳରେ ୩୦ଟି ବାତ୍ୟା ଆଶ୍ରୟସ୍ଥଳ ନିର୍ମାଣ ହେବ ବୋଲି ଘୋଷଣା କରିଛନ୍ତି। କେନ୍ଦ୍ରାପଡ଼ାରେ ବିଜୁଳି ଓ ପାନୀୟ ଜଳ ପୁର୍ନବାହାଲ ହୋଇସାରିଥିବା ମୁଖ୍ୟମନ୍ତ୍ରୀ କହିଛନ୍ତି।

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ପ୍ରତି ବାତ୍ୟା ଆଶ୍ରୟସ୍ଥଳରେ ଖର୍ଚ୍ଚ ହେବ ୨ କୋଟି। କ୍ଷତିଗ୍ରସ୍ତ ସ୍କୁଲ, ଅଙ୍ଗନବାଡ଼ି କେନ୍ଦ୍ର ମରାମତି ପାଇଁ ୨ ଲକ୍ଷ ଟଙ୍କା ମିଳିବ। ଏହା ସହିତ ମହିଳା ଏସଏଚଜି, ଚାଷୀ, ମତ୍ସ୍ୟଜୀବୀଙ୍କୁ ସହାୟତା ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଏହା ବ୍ୟତୀତ ତୁରନ୍ତ ସହାୟତା ପ୍ୟାକେଜ୍ ଦେବାକୁ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି। କେହି ଯୋଗ୍ୟ ହିତାଧିକାରୀ ଯେମିତି ବଞ୍ଚିତ ନହେବେ ସେଥିପ୍ରତି ଦୃଷ୍ଟି ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

Leave A Reply

Your email address will not be published.