ଭୁବନେଶ୍ୱର, ୨୮/୧: ନିକଟରେ ବିଜେଡିରେ ଯୋଗ ଦେଇଥିବା ନବ ଦାସ ସୋମବାର ବିଧାୟକ ପଦରୁ ଇସ୍ତଫା ଦେଇଛନ୍ତି। ବାଚସ୍ପତି ପ୍ରଦୀପ ଅମାତଙ୍କୁ ସେ ତାଙ୍କ ଇସ୍ତଫାପତ୍ର ପ୍ରଦାନ କରିଛନ୍ତି। ସେ ଝାରସୁଗୁଡ଼ା ବିଧାନସଭା ନିର୍ବାଚନ ମଣ୍ଡଳୀରୁ କଂଗ୍ରେସ ଟିକେଟରେ ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ତେବେ ସେ କଂଗ୍ରେସ ଛାଡ଼ି ବିଜେଡିରେ ଯୋଗ ଦେବା ପରେ ବିଧାୟକ ପଦରୁ ଇସ୍ତଫା ଦେଇଛନ୍ତି। ଜାନୁଆରୀ ୧୬ରେ ନବ ଦାସ କଂଗ୍ରେସରୁ ଇସ୍ତଫା ଦେଇଥିଲେ। ଗତ ୨୪ ତାରିଖରେ ଝାରସୁଗୁଡ଼ାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ସେ ବିଜେଡିରେ ଯୋଗ ଦେଇଥିଲେ।