ପୁରୀ,୪/୭ : ରଥଯାତ୍ରା ଅବସରରେ ଶ୍ରୀଜିଉଙ୍କ ଦର୍ଶନ ଲାଗି ପୁରୀରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କଡା ସୁରକ୍ଷା ମଧ୍ୟରେ ତାଙ୍କୁ ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟକୁ ନିଆଯାଇଛି । ଏହି ଅବସରରେ ରାଜ୍ୟବାସୀଙ୍କୁ ପବିତ୍ର ରଥଯାତ୍ରାର ଶୁଭେଚ୍ଛା ଜଣାଇଛନ୍ତି ନବୀନ । ମୁଖ୍ୟମନ୍ତ୍ରୀଙ୍କ ସମେତ ରାଜ୍ୟ ମନ୍ତ୍ରିମଣ୍ଡଳର ବହୁ ସଦସ୍ୟ ଓ ଶାସକ ଏବଂ ବିରୋଧୀ ଦଳର ବହୁ ବିଧାୟକ ମଧ୍ୟ ପୁରୀରେ ପହଞ୍ଚିଛନ୍ତି।
ଜଗତର ନାଥ ପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ବିଶ୍ଵ ପ୍ରସିଦ୍ଧ ଘୋଷଯାତ୍ରା ଅବସରରେ ସାରା ବିଶ୍ଵର ସମସ୍ତ ଜଗନ୍ନାଥ ଭକ୍ତ ଓ ଶ୍ରଦ୍ଧାଳୁଙ୍କୁ ହାର୍ଦ୍ଦିକ ଅଭିନନ୍ଦନ। ଚତୁର୍ଦ୍ଧାମୂର୍ତ୍ତିଙ୍କ ଅପାର କୃପାରୁ ସମସ୍ତଙ୍କ ଜୀବନରେ ସୁଖ ଓ ସମୃଦ୍ଧି ଭରିଯାଉ।#ରଥଯାତ୍ରା #RathaJatra
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରଥଯାତ୍ରା ଉପଲକ୍ଷେ ରାଜ୍ୟବାସୀଙ୍କୁ ଶୁଭକାମନା ଜଣାଇଛନ୍ତି । ନବୀନ ଟ୍ୱିଟରେ ଲେଖିଛନ୍ତି, “ପ୍ରଭୁ ଜଗନ୍ନାଥଙ୍କ ଅପାର କୃପାରୁ ରାଜ୍ୟର ପ୍ରଗତି ଓ ସମସ୍ତଙ୍କ ସୁଖ, ସମୃଦ୍ଧି କାମନା କରୁଛି ।” ମୁଖ୍ୟମନ୍ତ୍ରୀ ଏକ ଭିଡିଓ ମଧ୍ୟ ସେୟାର କରିଛନ୍ତି। ଏଥିରେ ପ୍ରଭୁ ଶ୍ରୀଜଗନ୍ନାଥଙ୍କ ମହାତ୍ମ୍ୟ ସଂପର୍କରେ ମୋଦି କହିଛନ୍ତି। ଭିଡିଓରେ ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରାର ଦୃଶ୍ୟ ମଧ୍ୟ ରହିଛି ।