ରାସ୍ତା ତଳକୁ ଖସିଲା ବସ୍‌, ୧୫ ଆହତ

0

ନବରଙ୍ଗପୁର, ୬/୧୦: ଇନ୍ଦ୍ରାବତୀ ପୋଲ ନିକଟରେ ଏକ ଘରୋଇ ବସ ଦୁର୍ଘଟଣାଗ୍ରସ୍ତ ହେବାରୁ ୧୫ ଜଣ ଆହତ ହୋଇଛନ୍ତି । ୨୦ରୁ ଅଧିକ ଯାତ୍ରୀଙ୍କୁ ନେଇ ଯାଉଥିବା ବେଳେ ବସ୍‌ଟି ଡ୍ରାଇଭରଙ୍କ ଅସାବଧାନତା ହେତୁ ରାସ୍ତା ତଳକୁ ଖସିପଡ଼ିଥିଲା । ଦୁର୍ଘଟଣାରେ ୧୫ରୁ ଅଧିକ ବ୍ୟକ୍ତି ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୫ଜଣଙ୍କ ଅବସ୍ଥା ଗୁରୁତର ରହିଛି । ସମସ୍ତଙ୍କୁ ଉଦ୍ଧାର କରାଯାଇ ନବରଙ୍ଗପୁର ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ନବରଙ୍ଗପୁର ପୁଲିସ ଓ ଅଗ୍ନିଶମ ବିଭାଗ ଘଟଣାସ୍ଥଳରେ ପହଞ୍ଚି ସମସ୍ତ ଯାତ୍ରୀମାନଙ୍କୁ ଉଦ୍ଧାର କରିଥିଲେ ।

Leave A Reply

Your email address will not be published.