ସର୍ଗିଫୁଲ ୨୦୧୮ ମହୋତ୍ସବ : ଜନଜାତି ହାଟର ଭିତ୍ତିପ୍ରସ୍ତର କଲେ ମୁଖ୍ୟମନ୍ତ୍ରୀ

0

ଭୁବନେଶ୍ୱର, ୧୯/୧୨ : ଆଦିବାସୀ ପ୍ରଦର୍ଶନୀ ପଡିଆଠାରେ ଅନୁସୂଚିତ ଜାତି ଓ ଜନଜାତି କଲ୍ୟାଣ ବିଭାଗ ପକ୍ଷରୁ ଆୟୋଜିତ ସର୍‌ଗିଫୁଲ -୨୦୧୮କୁ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ଅବସରରେ ସେଠାରେ ଅନୁସୂଚିତ ଜନଜାତିମାନଙ୍କ ଦ୍ୱାରା ଉତ୍ପାଦିତ ହାଟର ଭିତି ପ୍ରସ୍ତର ମଧ୍ୟ ସ୍ଥାପନ କରିଛନ୍ତି ।

ଏହି ମହୋତ୍ସବରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଜନଜାତି ବର୍ଗର ପିଲା ମାନଙ୍କ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଶିକ୍ଷାର ବିକାଶ ପାଇଁ ଅନେକ ପଦକ୍ଷେପ ଗ୍ରହଣ କରାଯାଇଛି । ଏ ସମ୍ପର୍କରେ ସେ ଆଲୋକପାତ କରିଥିଲେ । ସେ ଛାତ୍ର ବୃତ୍ତି, ଛାତ୍ରାବାସ ଓ କୋଚିଂ ସେଂଟର ସମ୍ପର୍କରେ ଉଲ୍ଲେଖ କରିଥିଲେ । ଉଚ୍ଚ ଶିକ୍ଷା ପାଇଁ ମଧ୍ୟ ଅନୁରୂପ ବ୍ୟବସ୍ଥା କରାଯାଇଛି ବୋଲି ସେ କହିଛନ୍ତି।

ଏହି କାର୍ଯ୍ୟକ୍ରମରେ ବିଭାଗୀୟ ମନ୍ତ୍ରୀ ରମେଶ ମାଝୀ ଓ ଅନ୍ୟ ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ଥିଲେ । ଏହି ଅବସରରେ କୃତୀ ଛାତ୍ରଛାତ୍ରୀ ମାନଙ୍କୁ ପୁରସ୍କାର ପ୍ରଦାନ କରା ଯାଇଥିଲା ।

Leave A Reply

Your email address will not be published.