ନୂଆଦିଲ୍ଲୀ, ୨୮/୧୨: କଂଗ୍ରେସ ଆଜି ୧୩୪ ତମ ପ୍ରତିଷ୍ଠା ଦିବସ ପାଳନ କରିଛି । ଏହି ଅବସରରେ କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ କେକ୍ କାଟିଛନ୍ତି। ଏକ ସଭାରେ ୨୦୧୯ ସାଧାରଣ ନିର୍ବାଚନ ପାଇଁ ଦଳ ପକ୍ଷରୁ ସ୍ବତନ୍ତ୍ର ଯୋଜନା ପ୍ରସ୍ତୁତି ଉପରେ ଗୁରୁତ୍ୱାରୋପ କରାଯାଇଛି। ୧୮୮୫ରେ ଦାଦାଭାଇ ନାରୋଜୀ, ଏ.ଓ. ହ୍ୟୁମ୍ ଏବଂ ଦିନଶା ବାଚାଙ୍କ ପ୍ରୟାସରେ କଂଗ୍ରେସ ଦଳର ପ୍ରତିଷ୍ଠା କରାଯାଇଥିଲା। ୧୯୪୭ରେ ଦେଶ ସ୍ବାଧୀନ ହେବା ପରେ କଂଗ୍ରେସ ବୃହତ ରାଜନୈତିକ ଦଳ ଭାବେ ଏହାର କାର୍ଯ୍ୟ ଆରମ୍ଭ କରିଥିଲା। ୨୦୧୪ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଲହରରେ କଂଗ୍ରେସ ଦଳ ଲୋକସଭାରେ ମାତ୍ର ୪୪ ଆସନ ମଧ୍ୟରେ ସୀମିତ ରହିଥିଲା। ତେବେ ସମ୍ପ୍ରତି କଂଗ୍ରେସ ମଧ୍ୟପ୍ରଦେଶ, ରାଜସ୍ଥାନ, ଛତିଶଗଡ଼ରେ ବିଜୟ ହାସଲ କରି ୨୦୧୯ ସାଧାରଣ ନିର୍ବାଚନ ପୂର୍ବରୁ ନିଜର ମନୋବଳକୁ ସୁଦୃଢ଼ କରିପାରିଛି।