୪ଟି ଜିଲ୍ଲାକୁ ସତର୍କ ସୂଚନା : ବର୍ଷା ଓ ବଜ୍ରପାତ ସମ୍ଭାବନା

0

ଭୁବନେଶ୍ୱର,୧୭/୫: କାଳବୈଶାଖୀ ପ୍ରଭାବରେ ରାଜ୍ୟର ଅନେକ ଜିଲ୍ଲାରେ ଝଡ଼ବର୍ଷା, ବଜ୍ରପାତ ଓ ପବନ ହେବାର ସମ୍ଭାବନା ରହିଛି । ଏନେଇ ପାଣିପାଗ ବିଭାଗ ୪ଟି ଜିଲ୍ଲାକୁ ସତର୍କ ସୂଚନା ଜାରି କରିଛି ପାଣିପାଗ ବିଭାଗ।

ନବରଙ୍ଗପୁର, କୋରାପୁଟ, ମାଲକାନଗିରି ଓ କଳାହାଣ୍ଡି ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି । ଏହି ସବୁ ଜିଲ୍ଲାରେ ହାଲୁକା ବର୍ଷା ସହ ଝଡ଼ତୋଫାନ ହେବା ନେଇ ପାଣିପାଗ ବିଭାଗ ସୂଚନା ଦେଇଛି। ତେଣୁ ସନ୍ଧ୍ୟା ୬ଟା ସୁଦ୍ଧା ସତର୍କ ରହିବା ପାଇଁ ଆଂଚଳିକ ପାଣିପାଗ ବିଭାଗ ତରଫରୁ ସୂଚନା ଜାରି କରାଯାଇଛି ।

Leave A Reply

Your email address will not be published.