ଭୁବନେଶ୍ୱର,୧୭/୯: ଆସନ୍ତା ଅକ୍ଟୋବର ୨ରୁ ସାରା ରାଜ୍ୟରେ ପ୍ଲାଷ୍ଟିକ ବ୍ୟାନ୍ ହେବ। ସହରାଞ୍ଚଳ ସମେତ ରାଜ୍ୟରେ ବ୍ୟାନ୍ ହେବ ସିଙ୍ଗଲ ୟୁଜ୍ ପ୍ଲାଷ୍ଟିକ୍। ମଙ୍ଗଳବାର ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅନୁମୋଦନ ପରେ ଏହା କାର୍ଯ୍ୟକାରୀ ହେବ।