ଭୁବନେଶ୍ୱର,୧/୮: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୫ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ କନ୍ଧମାଳ, ନବରଙ୍ଗପୁର, କୋରାପୁଟ, ମାଲାକାନଗିରି ଓ ମୟୁରଭଞ୍ଜ ଆଦି ରହିଛି। ସେହିପରି ୨ରୁ ୩ଦିନ ଯାଏଁ କୋରାପୁଟ, ମାଲକାନଗିିରି, ଭଦ୍ରକ, କେନ୍ଦୁଝର, କେନ୍ଦ୍ରାପଡ଼ା ଓ ଝାରସୁଗୁଡା ଆଦି ଜିଲ୍ଲାରେ ବି ପ୍ରବଳ ବର୍ଷା ସମ୍ଭାବନା ଥିବା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ଗୁରୁବାର ପୂର୍ବାନୁମାନ କରାଯାଇଛି। ତେଣୁ ଏହି ସମୟରେ ସମୁଦ୍ର ଭିତରକୁ ଯିବାକୁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି।
କେବଳ ଏତିକି ନୁହେଁ ୩ରୁ ୪ ତାରିଖ ମଧ୍ୟରେ ଗଞ୍ଜାମ, ପୁରୀ, ଜଗତସିଂହପୁର, କଳାହାଣ୍ଡି, ମାଲକାନଗିରି, କୋରାପୁଟ, କନ୍ଧମାଳ, ମୟୁରଭଞ୍ଜ, ବାଲେଶ୍ୱର ଓ ଭଦ୍ରକ ଆଦି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏଥିସହିତ ୪ରୁ ୫ ତାରିଖ ମଧ୍ୟରେ ଯାଜପୁର, ମୟୁଭଞ୍ଜ, ଭଦ୍ରକ, କେନ୍ଦ୍ରାପଡ଼ା, କଳାହାଣ୍ଡି, ପୁରୀ, ଜଗତସିଂହପୁର, ଗଞ୍ଜାମ, କେନ୍ଦୁଝର, ଢ଼େଙ୍କାନାଳ ଓ ବାଲେଶ୍ୱର ଆଦି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଥିବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ପୂର୍ବାନୁମାନ କରାଯାଇଛି।