ଦେଶରେ ୧,୫୨,୭୩୪ ନୂଆ କୋଭିଡ୍‌-୧୯ ସଂକ୍ରମିତ ଚିହ୍ନଟ

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାଭାଇରସ୍‌ଜନିତ ମହାମାରୀ ସଂକ୍ରମଣସଂଖ୍ୟା ୧.୫୨ ଲକ୍ଷକୁ ଖସି ଆସିଥିବା ବେଳେ ମୃତ୍ୟୁସଂଖ୍ୟା ୩ ହଜାରରୁ ସାମାନ୍ୟ ଅଧିକ ଅଛି। ଗତ ୫୨ ଦିନ ମଧ୍ୟରେ ଆଜି ଦୈନିକ ନୂଆ ସଂକ୍ରମଣ ରେକର୍ଡ ସର୍ବନିମ୍ନ ରହିଥିବା ଜଣାପଡ଼ିଛି।

କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ସୋମବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧,୫୨,୭୩୪ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୩,୧୨୮ ମୃତ୍ୟୁ ରେକର୍ଡ କରାଯାଇଛି। ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌ ସଂକ୍ରମଣ ମାମଲା ୨,୮୦,୪୭,୫୩୪ ଓ ମୃତ୍ୟୁସଂଖ୍ୟା ୩,୨୯,୧୦୦ରେ ପହଞ୍ଚିଛି। ସେହିଭଳି, ଗତ ୨୪ ଘଣ୍ଟା ମଧ୍ୟରେ ୨,୩୮,୦୨୨ ଆକ୍ରାନ୍ତ ସୁସ୍ଥ ହୋଇ ଫେରିବା ସହ ସମୁଦାୟ ସୁସ୍ଥତାସଂଖ୍ୟା ୨,୫୬,୯୨,୩୪୨ରେ ପହଞ୍ଚିଛି।