ନାମାଙ୍କନ ପତ୍ର ଦାଖଲ କଲେ ବିଜେଡି ପ୍ରାର୍ଥୀ ପ୍ରସନ୍ନ ଆଚାର୍ଯ୍ୟ

ବରଗଡ଼,୨୫/୩: ବରଗଡ଼ ଲୋକ ସଭା ଆସନ ପାଇଁ ବିଜେଡି ପ୍ରାର୍ଥୀ ପ୍ରସନ୍ନ ଆଚାର୍ଯ୍ୟ ସୋମବାର ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ନିର୍ବାଚନ ଅଧିକାରୀ ତଥା ଜିଲାପାଳ ଇନ୍ଦ୍ରମଣି ତ୍ରିପାଠୀଙ୍କ ନିକଟରେ ସେ ତାଙ୍କ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ନାମାଙ୍କନ ଦାଖଲ ସମୟରେ ପ୍ରସନ୍ନଙ୍କ ସହ ପୂର୍ବତନ ମନ୍ତ୍ରୀ ବିମ୍ବାଧର କୁଅଁର, ବରଗଡ଼ ଏମ୍‌ପି ଡଃ ପ୍ରଭାସ ସିଂ, ବରଗଡ଼ ବିଧାୟକ ତଥା ଜିଲା ଯୋଜନା କମିଟି ଅଧ୍ୟକ୍ଷ ଦେବେଶ ଆଚାର୍ଯ୍ୟ, ପୂର୍ବତନ ବରଗଡ଼ ପୌରାଧ୍ୟକ୍ଷ ପ୍ରଶାନ୍ତ ବେହେରା ଏବଂ ଅନ୍ୟ ଦଳୀୟ ନେତା,କର୍ମୀ ପ୍ରମୁଖ ଉପସ୍ଥିତ ଥିଲେ ।

SBI_Festive_Digital Billboard