ଭୁବନେଶ୍ୱର,୨୪/୬: ରାଜ୍ୟସଭା ଉପନିର୍ବାଚନ ପାଇଁ ବିଜେପି ପ୍ରାର୍ଥୀ ଅଶ୍ୱିନୀ ବୈଷ୍ଣବ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି । ଦିନ ପ୍ରାୟ ସାଢେ ୨ଟାରେ ସେ ଦଳୀୟ ସମର୍ଥକଙ୍କ ସହ ଆସି ରିଟର୍ଣ୍ଣିଂ ଅଫିସରଙ୍କ ନିକଟରେ ପ୍ରାର୍ଥୀପତ୍ର ଦାଖଲ କରିଥିଲେ ।
ରାଜ୍ୟସଭା ଉପନିର୍ବାଚନ ପାଇଁ ଆଜି ଦିନ ପ୍ରାୟ ୧.୩୦ରେ ବିଜେଡି ପ୍ରାର୍ଥୀ ଅମର ପଟ୍ଟନାୟକ ଏବଂ ସସ୍ମିତ ପାତ୍ର ନାମାଙ୍କନ ଦାଖଲ କରିଥିଲେ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ଅମର ଏବଂ ସସ୍ମିତ ବିଜେଡି ପ୍ରାର୍ଥୀ ଭାବେ ନାମାଙ୍କନ ଭରିଥିଲେ । ନାମାଙ୍କନ ଦାଖଲ ବେଳେ ବିଜେଡିର ଅଧିକାଂଶ ବିଧାୟକ ଉପସ୍ଥିତ ରହିଥିଲେ ।
ବିଜେଡି ପ୍ରାର୍ଥୀ ନାମାଙ୍କନ ଭରିବା ପରେ ବିଜେପି ପ୍ରାର୍ଥୀ ଅଶ୍ୱିନୀ ବୈଷ୍ଣବ ନିଜର ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ସେ ଦଳୀୟ ବିଧାୟକଙ୍କ ଉପସ୍ଥିତିରେ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି । ବୈଷ୍ଣବଙ୍କ ସହ ବିଜେପି ନେତା ପିତାମ୍ବର ଆଚାର୍ଯ୍ୟ, ଭୃଗୁ ବକ୍ସିପାତ୍ର, ଠାକୁର ରଂଜିତ ଦାସ, ଲଲିତେନ୍ଦୁ ବିଦ୍ୟାଧର ମହାପାତ୍ର, ଜୟନାରାୟଣ ମିଶ୍ର, ଜୟନ୍ତ ଷଢଙ୍ଗୀ ଆଦି ସମସ୍ତ ବିଧାୟକ ଉପସ୍ଥିତ ରହିଥିଲେ ।