ବାରଙ୍ଗର ରତାଗଡ଼ ଠାରେ ‘କ୍ୟାନ୍‌ସର୍‌ ହସ୍ପିଟାଲ’ ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୭/୨: ରବିବାର ପୂର୍ବାହ୍ନରେ ବାରଙ୍ଗର ରତାଗଡ଼ ଠାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ଟାଟା ଟ୍ରଷ୍ଟର ମୁଖ୍ୟ ରତନ ଟାଟା ‘ଓଡ଼ିଶା କ୍ୟାନ୍‌ସର୍‌ ହସ୍‌ପିଟାଲ୍‌ ଆଣ୍ଡ୍‌ ରିସର୍ଚ ସେଣ୍ଟର’ର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି।

ଟାଟା ଟ୍ରଷ୍ଟ୍‍ ସହଯୋଗରେ ଏହି ହସ୍‌ପିଟାଲ୍‌ ନିର୍ମାଣ କରାଯିବ। ମୁମ୍ବାଇସ୍ଥିତ ଟାଟା ମେମୋରିଆଲ୍‌ ହସ୍‌ପିଟାଲ୍‌ ଶୈଳୀରେ ଏହା ନିର୍ମାଣ କରାଯିବ। ଏଥିପାଇଁ ରାଜ୍ୟ ସରକାର ୨୫ ଏକର ଜମି ଯୋଗାଇ ଦିଆଯାଇଛି।

ଭିତ୍ତିପ୍ରସ୍ତର ସ୍ଥାପନ ଉତ୍ସବରେ ସ୍ୱାସ୍ଥ୍ୟମନ୍ତ୍ରୀ ପ୍ରତାପ ଜେନା, କଟକ ସାଂସଦ ଭର୍ତ୍ତୃହରି ମହତାବ, ଟାଟା ଟ୍ରଷ୍ଟର ମୁଖ୍ୟ ରତନ ଟାଟା, ବାଙ୍କୀ ବିଧାୟକ ପ୍ରଭାତ ତ୍ରିପାଠୀ ପ୍ରମୁଖ ଉପସ୍ଥିତ ଥିଲେ।

SBI_Festive_Digital Billboard