ମହାପ୍ରଭୁଙ୍କ ଆଶୀର୍ବାଦ ନେଲେ ପ୍ରତାପ ଏବଂ ଧର୍ମେନ୍ଦ୍ର

ନୂଆଦିଲ୍ଲୀ,୩୧/୫ : ମନ୍ତ୍ରୀପଦ ପାଇବା ପରେ ଜଗନ୍ନାଥଙ୍କ ଆଶୀର୍ବାଦ ନେଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ ପ୍ରତାପ ଷଢଙ୍ଗୀ । ଆଜି ଉଭୟ କେନ୍ଦ୍ରମନ୍ତ୍ରୀ ନୂଆଦିଲ୍ଲୀ ହଜଖାସରେ ଥିବା ଜଗନ୍ନାଥ ମନ୍ଦିରରେ ପୂଜାର୍ଚ୍ଚନା କରିଛନ୍ତି ।

ଗତକାଲି ସାଂସଦ ପ୍ରତାପ ଷଢଙ୍ଗୀ ଏବଂ ଧର୍ମେନ୍ଦ୍ର ପ୍ରଧାନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମନ୍ତ୍ରୀମଣ୍ଡଳରେ ସ୍ଥାନ ପାଇଥିଲେ । ଧର୍ମେନ୍ଦ୍ରଙ୍କୁ କ୍ୟାବିନେଟ୍ ପାହ୍ୟା ମିଳିଥିବା ବେଳେ ପ୍ରତାପଙ୍କୁ ରାଷ୍ଟ୍ରମନ୍ତ୍ରୀ ପାହ୍ୟା ମିଳିଛି । ତେବେ ଗତକାଲି ଶପଥ ଗ୍ରହଣ ପରେ ଆଜି ଏହି ଦୁଇ ମନ୍ତ୍ରୀ ଜଗନ୍ନାଥଙ୍କୁ ଦର୍ଶନ କରିଛନ୍ତି । ଦିଲ୍ଲୀରେ ଥିବା ହଜଖାସ ମନ୍ଦିରରେ ଉଭୟ ଜଗନ୍ନାଥଙ୍କ ଆଶୀର୍ବାଦ ନେଇଛନ୍ତି । ଏପରିକି ଭୁବନେଶ୍ୱର ଲୋକସଭା ସାଂସଦ ଅପରାଜିତା ଷଢଙ୍ଗୀ ମଧ୍ୟ ଜଗନ୍ନାଥଙ୍କ ଦର୍ଶନ କରିଛନ୍ତି ।

SBI AD