ଶ୍ରୀମନ୍ଦିର ରତ୍ନଭଣ୍ଡାର ଚାବି ହଜିବା ପ୍ରସଙ୍ଗ : ପୂର୍ଣ୍ଣାଙ୍ଗ ରିପୋର୍ଟ ଦାଖଲ କଲେ ତଦନ୍ତ କମିଶନ

ଭୁବନେଶ୍ୱର: ଶ୍ରୀମନ୍ଦିର ରତ୍ନଭଣ୍ଡାର ଚାବି ହଜିବା ପ୍ରସଙ୍ଗରେ ତଦନ୍ତ କମିସନ ପୂର୍ଣ୍ଣାଙ୍ଗ ରିପୋର୍ଟ ଦାଖଲ କରିଛନ୍ତି। ଚାବି ହଜିବା ପ୍ରସଙ୍ଗ ନେଇ ଜଷ୍ଟିସ୍‌ ରଘୁବୀର ଦାସ କମିସନଙ୍କ ସଚିବ ଗୃହ ବିଭାଗ ଅନୁ ସଚିବଙ୍କୁ ରିପୋର୍ଟ ପ୍ରଦାନ କରିଛନ୍ତି। ମୋଟ ୩୨୪ ପୃଷ୍ଠା ସମ୍ବଳିତ ଏହି ରିପୋର୍ଟ ପ୍ରଦାନ କରାଯାଇଛି।