ନୂଆଦିଲ୍ଲୀ, ୧୮/୧୨ : ୧୯୮୪ର ଶିଖ୍ ଦଙ୍ଗାରେ ଦୋଷୀ ସାବ୍ୟସ୍ତ ହେବାପରେ ସଜ୍ଜନ କୁମାର କଂଗ୍ରେସର ପ୍ରାଥମିକ ସଦସ୍ୟତା ପଦରୁ ଇସ୍ତଫା ଦେଇଛନ୍ତି । ସଜ୍ଜନ କୁମାର କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କୁ ଚିଠି ଲେଖି ଜଣାଇଛନ୍ତି ଯେ, ତାଙ୍କ ବିରୋଧରେ ଦିଲ୍ଲୀ ଉଚ୍ଚ ନ୍ୟୟାଳୟର ରାୟ ପରେ ସେ କଂଗ୍ରେସର ପ୍ରାଥମିକ ସଭ୍ୟ ପଦରୁ ଇସ୍ତଫା ଦେଉଛନ୍ତି ଏବଂ ଏହାକୁ ଅବିଳମ୍ବେ କାର୍ଯ୍ୟକାରୀ କରାଯାଉ । ସୋମବାର ଦିଲ୍ଲୀ ଉଚ୍ଚ ନ୍ୟାୟାଳୟ ୧୯୮୪ ଶିଖ ବିରୋଧୀ ଦଙ୍ଗା ସହ ଜଡିତ ମାମଲାର ଶୁଣାଣିରେ ସଜ୍ଜନ କୁମାରଙ୍କୁ ଦୋଷୀ ସାବ୍ୟସ୍ତ କରି ଆଜୀବନ କାରାଦଣ୍ଡାଦେଶ ଶୁଣାଇଥିଲେ । ଆଜି ସକାଳେ ସଜ୍ଜନ ଶର୍ମା କନ୍ନଟ ପ୍ଲେସ୍ ରେ ଥିବା ପ୍ରସିଦ୍ଧ ହନୁମାନ ମନ୍ଦିରକୁ ପୂଜାର୍ଚ୍ଚନା କରିବାକୁ ଯାଇଥିବା ବେଳେ ତାଙ୍କୁ ଗଣମାଧ୍ୟମର ପ୍ରତିନିଧିମାନେ ବିଭିନ୍ନ ପ୍ରଶ୍ନ ପଚାରିଥିଲେଛ କି;ୁ ସେ ଗଣମାଧ୍ୟମ ପ୍ରତିନିଧିଙ୍କ କୌଣସି ପ୍ରଶ୍ନର ଉତ୍ତର ନ ଦେଇ ସେଠାରୁ ଚାଲିଯାଇଥିଲେ ।