ନୂଆଦିଲ୍ଲୀ,୯/୧୨: ଡିଏମ୍କେ ଅଧ୍ୟକ୍ଷ ଏମ୍କେ ଷ୍ଟାଲିନ ଓ ଏମ୍ପି କାନିମୋଝି ରବିବାର କଂଗ୍ରେସ ଅଧ୍ୟକ୍ଷ ରାହୁଳ ଗାନ୍ଧୀ ଓ ଉପା ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କୁ ତାଙ୍କ ବାସଭବନରେ ଭେଟିଛନ୍ତି। ତାମିଲନାଡୁର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଷ୍ଟାଲିନ୍ ଓ କାନିମୋଝିଙ୍କ ପିତା ଏମ୍ କରୁଣାନିଧିଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନ ଉତ୍ସବରେ ଯୋଗଦେବା ପାଇଁ ଏମାନେ ସୋନିଆ ଓ ରାହୁଳଙ୍କୁ ନିମନ୍ତ୍ରଣ କରିଛନ୍ତି। ସୂଚନାଯୋଗ୍ୟ, ଆସନ୍ତା ୧୬ ତାରିଖରେ ଚେନ୍ନାଇରେ ଉଦ୍ଘାଟନ ହେବାର କାର୍ଯ୍ୟକ୍ରମ ରହିଛି।
