ଭୁବନେଶ୍ୱର,୨୮/୬ : ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି । ଦୈନିକ ସଂକ୍ରମଣ ୧୦୦ ପାର୍ ହେବା ନେଇ ପ୍ରତିକ୍ରିୟା ରଖିଛନ୍ତି ଜନ ସ୍ଵାସ୍ଥ୍ୟ ନିର୍ଦ୍ଦେଶକ। ରାଜ୍ୟରେ ଯେତିକି ସଂକ୍ରମିତ ଚିହ୍ନଟ ହେଉଛନ୍ତି ସେ ଭିତରୁ କଟକ ଭୁବନେଶ୍ୱରରେ ଅଧିକ ରହୁଛି । ସ୍ଥିତି ଉପରେ ସ୍ଵାସ୍ଥ୍ୟ ବିଭାଗ ନଜର ରଖିଛି । ରଥଯାତ୍ରା ପରିଚାଳନା ଏବଂ ସେହି ସମୟରେ ସଂକ୍ରମଣ ମୁକାବିଲା ପାଇଁ ସ୍ୱାସ୍ଥ୍ୟ ବିଭାଗର ବୈଠକ ହୋଇଛି ।
୧୦ ଲକ୍ଷ ଲୋକଙ୍କୁ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଯୋଗାଇ ଦିଆଯିବ ମାକ୍ସ । ପୁରୀରେ ରଥଯାତ୍ରା ୫୦ ହଜାର ରାପିଡ ଆଣ୍ଟିଜେନ ଟେଷ୍ଟିଂ ବଢ଼ାଯିବ । ଏହା ସହ ଟୀକାକରଣକୁ ଅଧିକ ବଢ଼ାଇବା ପାଇଁ ମଧ୍ୟ ନିର୍ଦେଶ ଦିଆଯାଇଛି । ଯେଉଁମାନଙ୍କର ଲକ୍ଷଣ ରହୁଛି ସେମାନେ ଘରେ ବସି ଟିଭିରେ ରଥଯାତ୍ରା ଦେଖନ୍ତୁ ।