୧୦୩ ସୁପର ସ୍ପେଶାଲିଟି ହସ୍ପିଟାଲ୍ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ଅନ୍ତର୍ଭୁକ୍ତ

0

ଭୁବନେଶ୍ୱର: ରାଜ୍ୟ ସରକାର ଓଡ଼ିଶା ବାହାରେ ଥିବା ୧୦୩ ସୁପର ସ୍ପେସାଲିଟି ହସ୍ପିଟାଲକୁ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା (ବି.ଏସ୍.କେ.ୱାଇ) ଅନ୍ତର୍ଭୁକ୍ତ କରିଛନ୍ତି । ଓଡ଼ିଶା ହେଲଥ୍ ଆସୁରାନ୍ସ୍ ସୋସାଇଟି ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଡାକ୍ତର ବୃନ୍ଦା ଡ଼ି.ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବି.ଏସ୍.କେ.ୱାଇ ସମ୍ବନ୍ଧିତ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକରୁ ଏହା ଜଣାପଡ଼ିଛି । ସୋସାଇଟି ସଭାକକ୍ଷରେ ଆୟୋଜିତ ଏହି ସମୀକ୍ଷା ବୈଠକରେ ଯୁଗ୍ମ ମୁଖ୍ୟ କାର୍ଯ୍ୟ ନିର୍ବାହୀ ଅଧିକାରୀ ଶୁଭାନନ୍ଦ ମହାପାତ୍ର ବି.ଏସ୍.କେ.ୱାଇ କାର୍ଯ୍ୟନ୍ୱୟନ ସମ୍ବନ୍ଧିତ ବିଭିନ୍ନ ଦିଗ ଆଲୋଚନା ପାଇଁ ଉପସ୍ଥାପନ କରିଥିଲେ ।

ବର୍ତ୍ତମାନ ପର୍ଯ୍ୟନ୍ତ ହୋଇଥିବା ଅଗ୍ରଗତିର ସମୀକ୍ଷାକରି ଡାକ୍ତର ବୃନ୍ଦା ଡି. ତାଲିକା ଅନ୍ତର୍ଭୁକ୍ତ ହସ୍ପିଟାଲମାନେ ଚିକିତ୍ସା ବାବଦରେ ଦେଇଥିବା ବିଲ୍ ଗୁଡ଼ିକର ପୈଠ ନିର୍ଦ୍ଧାରିତ ସମୟ ମଧ୍ୟରେ ନିଶ୍ଚିତ କରାଇବା ପାଇଁ ନିର୍ଦ୍ଦେଶ ଦେଇଥିଲେ । ଅନଲାଇନରେ ଆସୁଥିବା ବିଲ୍ ଗୁଡ଼ିକୁ ଦୈନନ୍ଦିନ ଭିତିରେ ନିରୀକ୍ଷଣ କରି ପୈଠ ପ୍ରକ୍ରିୟା ତ୍ୱରାନ୍ୱିତ କରିବାକୁ ସେ ନୋଡାଲ୍ ଅଫିସରମାନଙ୍କୁ ପରାମର୍ଶ ଦେଇଥିଲେ ।

SBI AD
Leave A Reply

Your email address will not be published.