ଭୁବନେଶ୍ୱର, ୧୬/୬: ରାଜ୍ୟରେ ବଢୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଓଡ଼ିଶାରେ ଆଉ ୧୦୮ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୪୧୬୩ ଛୁଇଁଲା ଆକ୍ରାନ୍ତଙ୍କ ସଂଖ୍ୟା । ରାଜ୍ୟ ସରକାରଙ୍କ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ଜଣ ୯୫ ସଂଗରୋଧ କେନ୍ଦ୍ରରୁ ଥିବା ବେଳେ ୧୩ ଜଣ ସ୍ଥାନୀୟ ଲୋକ। ନୂଆ ଆକ୍ରାନ୍ତ ଙ୍କୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୪୧୬୩ କୁ ବୃଦ୍ଧି ପାଇଛି। ଆକ୍ରାନ୍ତଙ୍କ ମଧ୍ୟରୁ ୧୨୯୫ ଜଣ ଚିକିତ୍ସାଧୀନ ଥିବାବେଳେ ୨୮୫୪ ଜଣ ସୁସ୍ଥ ହୋଇଛନ୍ତି। କରୋନାରେ ୧୧ ଜଣଙ୍କ ମୃତ୍ୟୁ ଘଟିଛି।