ରାଜ୍ୟରେ ଆଜି ୧୨ଜଣ କୋଭିଡ୍ ସଂକ୍ରମିତ ଚିହ୍ନଟ
ଭୁବନେଶ୍ୱର,୧୩/୬ : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୨ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୭ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୫ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ କୌଣସି ସଂକ୍ରମିତ ରହିନାହାନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୮,୬୫୧କୁ ବୃଦ୍ଧି ପାଇଛି
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨,୮୮,୬୫୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୪୮ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨୭୯୩୨୪ଜଣ ସୁସ୍ଥ ହୋଇଛନ୍ତି ।