ଭୁବନେଶ୍ବର,୨୮ /୯: ରାଜ୍ୟରେ ଆଜି କରୋନା ୧୬ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୮୧୩ କୁ ବୃଦ୍ଧି ହୋଇଛି। ଏ ନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ କରି ସୂଚନା ଦିଆଯାଇଛି।
ସୂଚନା ଅନୁଯାୟୀ, ଆଜି କରୋନାରେ ୧୬ ଜଣ ମୃତକଙ୍କ ମଧ୍ୟରୁ ବୋଲେଶ୍ବର ଜିଲାରୁ ସର୍ବାଧିକ ୩ଜଣ ଲେଖାଏଁ ଆକ୍ରାନ୍ତଙ୍କ ଜୀବନ ଯାଇଛି। ପୁରୀ, ଖୋର୍ଦ୍ଧା ଓ ମୟୁରଭଞ୍ଜ ଜିଲାରୁ ୨ ଜଣ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ସେହିପରି ବଲାଙ୍ଗିର, ଢେଙ୍କାନାଳ, କଟକ ଓ କନ୍ଧମାଳ ଜିଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।