ଆଜିଠୁ +୨ ନାମଲେଖା ଲାଗି ଆବେଦନ : ସେପ୍ଟେମ୍ବର ୫ ଶେଷ ତାରିଖ

ଭୁବନେଶ୍ୱର,୧୨/୮: ଆଜିଠାରୁ ଯୁକ୍ତ ଦୁଇ ନାମଲେଖା ପାଇଁ ଆବେଦନ ପ୍ରକ୍ରିୟା ଆରମ୍ଭ ହେବ । ସାମ୍ସ ପୋର୍ଟାଲରେ ଛାତ୍ରଛାତ୍ରୀମାନେ ନାମ ଲେଖାଇବାକୁ ଆବେଦନ କରିପାରିବେ। ଏଥିପାଇଁ ପୂର୍ବାହ୍ନ ୧୧ଟାରୁ ୱେବସାଇଟରେ ଆବେଦନପତ୍ର ମିଳିବ। ସେପ୍ଟେମ୍ବର ୫ ତାରିଖ ଆବେଦନର ଶେଷ ତାରିଖ ରଖାଯାଇଛି । ୧୩ ସେପ୍ଟେମ୍ବର ପୂର୍ବାହ୍ନ ୧୧.୩୦ରେ ପ୍ରଥମ ମେଧା ତାଲିକା ପ୍ରକାଶ ପାଇବ। ଏହି ତାଲିକାରେ ଥିବା ଛାତ୍ରଛାତ୍ରୀ ୧୪ ରୁ ୨୧ ସେପ୍ଟେମ୍ବର ମଧ୍ୟରେ ନାମ ଲେଖାଇବେ।

ସେହିପରି ୨୭ ତାରିଖରେ ଦ୍ବିତୀୟ ମେଧା ତାଲିକା ପ୍ରକାଶ ପାଇବ। ୨୯ ସେପ୍ଟମ୍ବରରୁ ୧ ଅକ୍ଟୋବର ମଧ୍ୟରେ ଏହି ପିଲାମାନେ ନାମ ଲେଖାଇବେ। ୪ ଅକ୍ଟୋବରରେ ତତ୍ କ୍ଷଣାତ ମନୋନୟନ ବା ସ୍ପଟ ସିଲେକସନ ମେଧା ତାଲିକା ପ୍ରକାଶ ପାଇବ। ଦ୍ବିତୀୟ ନାମଲେଖା ପରେ ବଳକା ଥିବା ସିଟ୍ ପାଇଁ ତିନିଗୁଣା ଛାତ୍ରଛାତ୍ରୀଙ୍କୁ ଡକାଯିବ। କରୋନା ପାଇଁ ନାମଲେଖା ଦେୟ ବୃଦ୍ଧି ହେବ ନାହିଁ ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଘୋଷଣା କରିଥିଲେ। ଏହା ସହିତ ଏଥର ଯୁକ୍ତ ଦୁଇରେ ସିଟ୍ ସଂଖ୍ୟା ବଢ଼ା ଯାଇଥିବା ନେଇ ମନ୍ତ୍ରୀ ସୂଚନା ଦେଇଛନ୍ତି।