ଭୁବନେଶ୍ବର,୨୮/୬ : ପୁରୀ ରଥଯାତ୍ରା ସମୟରେ ତୀର୍ଥଯାତ୍ରୀଙ୍କ ଗମନାଗମନ ସୁବିଧା ପାଇଁ ପୁରୀକୁ ୨୦୫ ସ୍ୱତନ୍ତ୍ର ଟ୍ରେନ୍ ଚଳାଚଳ କରାଇବାକୁ ରେଳ ମନ୍ତ୍ରାଳୟ ଯୋଜନା କରିଛି । କରୋନା ଯୋଗୁଁ ଗତ ଦୁଇ ବର୍ଷ ହେଲା ତୀର୍ଥଯାତ୍ରୀଙ୍କ ବିନା ରଥଯାତ୍ରା ଆୟୋଜିତ ହୋଇଥିଲା। ଚଳିତ ବର୍ଷ ପୁରୀରେ ବହୁ ତୀର୍ଥଯାତ୍ରୀ ଏକାଠି ହେବେ ବୋଲି ରେଳବାଇ ଆକଳନ କରୁଛି। ଏହା ବ୍ୟତୀତ ପୂର୍ବତଟ ରେଳପଥ ପଡୋଶୀ ରାଜ୍ୟଗୁଡିକର ସ୍ୱତନ୍ତ୍ର ରେଳ ବ୍ୟତୀତ ପୁରୀକୁ ଆସୁଥିବା ଏବଂ ପୁରୀ ଠାରୁ ଛାଡୁଥିବା ଅନେକ ବିଶେଷ ରେଳଗୁଡିକରେ ତୀର୍ଥଯାତ୍ରୀମାନଙ୍କୁ ସଂରକ୍ଷିତ କ୍ଲାସ୍ ଯାତ୍ରା ସୁବିଧା କରିବା ପାଇଁ ଆବଶ୍ୟକ ପଦକ୍ଷେପ ନେଇଛି।