ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୨୬ ହଜାର ୭୭୦, ଜୀବନ ଗଲାଣି ୬ ହଜାର ୩୪୮

ନୂଆଦିଲ୍ଲୀ,୫/୬:ଦିନକୁ ଦିନ ମହାମାରୀ କରୋନାକୁ ନେଇ ବିଶ୍ବରେ ସଙ୍କଟ ବଢ଼ିବାରେ ଲାଗିଛି । ଭାରତରେ ମଧ୍ୟ ସ୍ଥିତି ବେକାବୁ ହେବାରେ ଲାଗିଛି । ଦେଶରେ ହୁ ହୁ ହୋଇ ବୃଦ୍ଧି ପାଉଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇ ୨ ଲକ୍ଷ ୨୬ ହଜାର ଟପିଥିବା ବେଳେ ମୃତ୍ୟୁ ସଂଖ୍ୟା ୬ ହଜାର ପାର ହେଲାଣି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି।

ଭାରତରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଉଦବେଗଜନକ ଭାବେ ବଢ଼ିବାରେ ଲାଗିଛି । କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇ ୨ ଲକ୍ଷ ୨୬ ହଜାର ୭୭୦ ରେ ପହଂଚିଛି । ଏପର୍ଯ୍ୟନ୍ତ ଭାରତରେ ୬ ହଜାର ୩୪୮ ଜଣଙ୍କ ମୃତ୍ୟୁ ଘଟିଛି ।

ମୋଟ୍ ଆକ୍ରାନ୍ତଙ୍କ ମଧ୍ୟରୁ ୧ , ୦୯,୪୬୨ ଜଣ ସୁସ୍ଥ ହୋଇଛନ୍ତି। ମୋଟ ଆକ୍ରାନ୍ତଙ୍କ ମଧ୍ୟରୁ ୧ ଲକ୍ଷ ୧୦ ହଜାର ୯୬୦ ସକ୍ରିୟ ଅଛନ୍ତି।ଏବେ ୧ ଲକ୍ଷ ୧୦ ହଜାର ୯୬୦ ଜଣ ଆକ୍ରାନ୍ତ ଦେଶର ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି । ଗତ ୨୪ ଘଣ୍ଟାରେ ଦେଶରେ ସର୍ବାଧିକ ୯ ହଜାର ୮୫୧ ଟି ନୂଆ କରୋନା ଆକ୍ରାନ୍ତଙ୍କ ମାମଲା ସାମନାକୁ ଆସିଛି। ଏହା ପୂର୍ବ ଅପେକ୍ଷା ରେକର୍ଡ ସଂଖ୍ୟକ ଆକ୍ରାନ୍ତ ଚିହ୍ନଟ । ଏହାସହ ୨୭୩ ଜଣ ପ୍ରାଣ ହରାଇଥିବା ଜଣାପଡ଼ିଛି ।

ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ କରୋନା ଭାଇରସରେ ମହାରାଷ୍ଟ୍ରରେ ସର୍ବାଧିକ ଲୋକଙ୍କ ମୃତ୍ୟୁ ହୋଇଛି । ବିଶ୍ୱର ଆତଙ୍କ ସୃଷ୍ଟି କରିଥିବା ମହାମାରୀ କରୋନା ଭୟଙ୍କର ରୂପ ନେଉଛି ।