ଭୁବନେଶ୍ୱର, ୧୦/୦୫ : ସଂଗ୍ରାମୀମାନଙ୍କୁ ସମ୍ମାନ ଜଣାଇବାର ପ୍ରକ୍ରିୟା ଆରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏହି ପ୍ରକ୍ରିୟାରେ ସ୍ବାଧୀନତା ସଂଗ୍ରାମୀମାନଙ୍କର ଭତ୍ତା ବୃଦ୍ଧି କରାଯାଇଛି ଏବଂ ଜରୁରୀକାଳୀନ ପରିସ୍ଥିତି ସମୟରେ ମିସା ଆଇନ୍ରେ ବନ୍ଦୀ ହୋଇଥିବା ସଂଗ୍ରାମୀମାନଙ୍କ ପାଇଁ ମଧ୍ୟ ପେନ୍ସନ ଘୋଷଣା କରାଯାଇଛି । ମୁଖ୍ୟମନ୍ତ୍ରୀ ୨୩ ଜଣ ମିସା (୧୯ ଜଣ ମିସା, ୪ ଜଣ ଡି.ଆଇ.ଏସ୍.ଆଇ.ଆର୍) ବନ୍ଦୀମାନଙ୍କୁ ପେନ୍ସନ ପ୍ରଦାନ ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି। ପୂର୍ବରୁ ୨୧ ଜଣ ମିସା ବନ୍ଦୀଙ୍କ ପେନ୍ସନ ଅନୁମୋଦନ କରାଯାଇଥିଲା। ଏହା ଫଳରେ ସମୁଦାୟ ୪୪ ଜଣ ମିସା ବନ୍ଦୀ ପେନ୍ସନ ପାଇବା ପାଇଁ ଯୋଗ୍ୟ ବିବେଚିତ ହୋଇଛନ୍ତି । ଏହି ସଂଗ୍ରାମୀ ମାନେ ମାସକୁ ୨୦ ହଜାର ଟଙ୍କାର ପେନ୍ସନ ପାଇବା ସହିତ ସେମାନଙ୍କର ସମସ୍ତ ଚିକିତ୍ସା ଖର୍ଚ୍ଚ ରାଜ୍ୟ ସରକାର ବହନ କରିବେ । ୧ ଜାନୁଆରୀ ୨୦୨୫ ସୁଦ୍ଧା ଜୀବିତ ଥିବା ସବୁ ସଂଗ୍ରାମୀ ପେନ୍ସନ ଓ ଚିକିତ୍ସା ସୁବିଧା ପାଇବେ ବୋଲି ନିଷ୍ପତ୍ତି କରାଯାଇଛି ।