ଭୁବନେଶ୍ୱର, ୧୯/୦୧ : ଆୟୁଷ୍ମାନ’ ଯୋଜନା ସମସ୍ୟାର ସମାଧାନ ଆସନ୍ତା ୩ ଦିନରେ ହେବ । ଆୟୁଷ୍ମାନ’ ଚିନ୍ତନ ଶିବିରରେ ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ସୂଚନା । ଆୟୁଷ୍ମାନ ଭାରତ କାର୍ଡ ସମ୍ପର୍କିତ ସମସ୍ତ ସମସ୍ୟା ଖୁବଶୀଘ୍ର ସମାଧାନ ହେବ । ଯେଉଁ ହିତାଧିକାରୀଙ୍କର କାର୍ଡ ହୋଇନାହିଁ, ସେମାନେ ଆବେଦନ କରିପାରିବେ । ଡିଜିଟାଲ୍ ମାଧ୍ୟମରେ ତଥ୍ୟ ଦେଖିପାରିବେ ଓ ଆବେଦନ ସ୍ଥିତି ଜାଣିପାରିବେ’ । ଆଗାମୀ ଦିନରେ ଆୟୁଷ୍ମାନ ଭାରତର ସମସ୍ତ ଡାଟା ଓଡ଼ିଆରେ ଉପଲବ୍ଧ ହେବ ବୋଲି କହିଛନ୍ତି ମନ୍ତ୍ରୀ। ସାଧାରଣ ଲୋକଙ୍କୁ ଯୋଜନା ବୁଝିବା ଓ ସୁବିଧା ନେବା ଅଧିକ ସହଜ ହେବ। ଆୟୁଷ୍ମାନ’ ଯୋଜନାର ସୁବିଧା ପାଇଁ ୩ଟି ଏମଓୟୁ ସ୍ବାକ୍ଷରିତ ହୋଇଛି ।