ରାଜ୍ୟରେ ଆଜି ୩୦୧୪ କରୋନା ପଜିଟିଭ୍ ଚିହ୍ନଟ, ୧ ଲକ୍ଷ ଟପିଲା ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର, ୩୦/୮ : ରାଜ୍ୟରେ ଦ୍ରୁତ ଗତିରେ ବୃଦ୍ଧି ପାଉଛି କରୋନା ସଂକ୍ରମିତଙ୍କ ସଂଖ୍ୟା। ରାଜ୍ୟରୁ ଆଜି ୩୦୧୪ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ୧୮୬୮ ଜଣ କ୍ୱାରେଣ୍ଟାଇନ ସେଣ୍ଟରରୁ ରହିଥିବା ବେଳେ ୧୧୪୬ ଜଣ ସ୍ଥାନୀୟ ଅଞ୍ଚଳରୁ ରହିଛନ୍ତି । ଆଜି ଚିହ୍ନଟ ହୋଇଥିବା ୩୦୧୪ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟର ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧ ଲକ୍ଷ ୯୩୪କୁ ବୃଦ୍ଧି ପାଇଛି । ରାଜ୍ୟରେ ଏବେ ୨୯୬୮୫ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୭୦୭୧୪ ଜଣ ଆରୋଗ୍ୟ ଲାଭ କରି ଘରକୁ ଫେରିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି।