ଭୁବନେଶ୍ୱର, ୧/୯ : ରାଜ୍ୟରେ ଦ୍ରୁତ ଗତିରେ ବୃଦ୍ଧି ପାଉଛି କରୋନା ସଂକ୍ରମିତଙ୍କ ସଂଖ୍ୟା। ରାଜ୍ୟରୁ ଆଜି ୩୦୨୫ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ୧୮୪୪ ଜଣ କ୍ୱାରେଣ୍ଟାଇନ ସେଣ୍ଟରରୁ ରହିଥିବା ବେଳେ ୧୧୮୧ ଜଣ ସ୍ଥାନୀୟ ଅଞ୍ଚଳରୁ ରହିଛନ୍ତି । ଆଜି ଚିହ୍ନଟ ହୋଇଥିବା ୩୦୨୫ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟର ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧ ଲକ୍ଷ ୬ ହଜାର ୫୬୧କୁ ବୃଦ୍ଧି ପାଇଛି । ରାଜ୍ୟରେ ଏବେ ୨୮୭୯୧ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୭୭୨୮୬ ଜଣ ଆରୋଗ୍ୟ ଲାଭ କରି ଘରକୁ ଫେରିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି।