ଭୁବନେଶ୍ୱର, ୨୬/୮ : ରାଜ୍ୟରେ ଆଜି ରେକର୍ଡ ସଂଖ୍ୟକ ୩୩୪୩ କରୋନା ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ଆରୋଗ୍ୟ ଲାଭ କରିଥିବା ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୬୨ ହଜାର ୮୧୩ରେ ପହଁଚିଛି । ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ କରି ସୂଚନା ଦିଆଯାଇଛି । ଆଜି ସୁସ୍ଥ ହୋଇଥିବା କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୭୩୨ଜଣ ଅଛନ୍ତି।