ରାଜ୍ୟରେ ଆଜି ୩୫୪୩ କରୋନା ପଜିଟିଭ୍ ଚିହ୍ନଟ, ୧ ଲକ୍ଷ ୨୦ ହଜାର ୨୨୧ରେ ପହଞ୍ଚିଲା ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର, ୫/୯ : ରାଜ୍ୟରେ ଦ୍ରୁତ ଗତିରେ ବୃଦ୍ଧି ପାଉଛି କରୋନା ସଂକ୍ରମିତଙ୍କ ସଂଖ୍ୟା। ରାଜ୍ୟରୁ ଆଜି ୩୫୪୩ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ୨୧୬୧ ଜଣ କ୍ୱାରେଣ୍ଟାଇନ ସେଣ୍ଟରରୁ ରହିଥିବା ବେଳେ ୧୩୮୨ ଜଣ ସ୍ଥାନୀୟ ଅଞ୍ଚଳରୁ ରହିଛନ୍ତି । ଆଜି ଚିହ୍ନଟ ହୋଇଥିବା ୩୫୪୩ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟର ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧ ଲକ୍ଷ ୨୦ ହଜାର ୨୨୧କୁ ବୃଦ୍ଧି ପାଇଛି । ରାଜ୍ୟରେ ଏବେ ୨୯୨୯୯ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯୦୩୩୧ ଜଣ ଆରୋଗ୍ୟ ଲାଭ କରି ଘରକୁ ଫେରିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି।