ରାଜଧାନୀରେ ୪୨ ଦୋକାନ ସିଲ୍

ଭୁବନେଶ୍ବର: ଆଜି ପୁଣି ଭୁବନେଶ୍ବରରେ ବିଭିନ୍ନ ମାର୍କେଟରେ ପ୍ରବଳ ଭିଡ ପରିଲକ୍ଷିତ ହୋଇଛି। କୋଭିଡ୍ କଟକଣାକୁ ଉଲଂଘନ ଅଭିଯୋଗରେ ବିଏମସି ଓ କମିଶନରେଟ୍ ପୋଲିସ ପକ୍ଷରୁ ବିଭିନ୍ନ ସ୍ଥାନରେ ଚଢାଉ ଜାରି ରହିଛି । ବିଏମସିର ୩ଟି ଯାକ ଜୋନରେ ପୋଲିସ ସହାୟତାରେ ଚଢାଉ ଚାଲିଥିବା ବେଳେ ପୋଲିସ ପକ୍ଷରୁ ମଧ୍ୟ ପୃଥକ ଭାବେ ଯାଞ୍ଚକୁ କଡାକଡି କରାଯାଇଛି। ନର୍ଥ ଜୋନରେ ବହୁ ଓମଫେଡ୍ ଦୋକାନକୁ ସିଲ୍ କରାଯିବା ସହ ଫାଇନ୍ ଆଦାୟ ହୋଇଛି।

ପୁରୀ ରୋଡରେ ୪୨ରୁ ଅଧିକ ଦୋକାନକୁ ସିଲ୍ କରାଯିବା ସହ ଦୋକାନୀଙ୍କଠାରୁ ଜରିମନା ଆଦାୟ କରାଯାଇଛି। ବାପୁଜୀନଗରେ ଖୋଲିଥିବା କିଛି ମୋବାଇଲ୍ ଦୋକାନ ସିଲ୍‌ । କୋଭିଡ୍ କଟକଣା ଉଲ୍ଲଂଘନ ଅଭିଯୋଗରେ ସିଲ୍‌ ।ସେହିଭଳି ଅଶୋକନଗର ସ୍ଥିତ ବିଦେଶୀ ମଦ ଦୋକାନରେ ଅସମ୍ଭାଳ ଭିଡକୁ ଦୃଷ୍ଟିରେ ରଖି ଦୋକାନକୁ ବନ୍ଦ କରିଛି ପୋଲିସ । ସଂକ୍ରମଣ ସ୍ଥିତି ଉଭୟ କଟକ ଓ ଭୁବନେଶ୍ବରରେ ହ୍ରାସ ପାଉନଥିବାରୁ ବିଏମସି ଓ ପୋଲିସ ପକ୍ଷରୁ ଏନଫୋର୍ସମେଣ୍ଟ ସ୍କ୍ବାଡ୍ ସଂଖ୍ୟାକୁ ଦ୍ବିଗୁଣିତ କରାଯାଇଛି।