ନୂଆଦିଲ୍ଲୀ, ୨୨/୬ : ଭାରତରେ କରୋନା ଭୂତାଣୁ ଜନିତ ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ୧୪ ହଜାର ୮୨୧ ନୂଆ ସଂକ୍ରମିତ ଚିହ୍ନଟ ହୋଇଥି ବାବେଳେ ୪୪୫ ଜଣଙ୍କର ମୃତ୍ୟୁ ଘଟିଛି। ଏହାକୁ ମିଶାଇ ଦେଶରେ ମୋଟ ମୃତ୍ୟୁ ସଂଖ୍ୟା ୧୩ ହଜାର ୬୯୯କୁ ବୃଦ୍ଧି ପାଇଛି। ସେହିପରି ସଂକ୍ରମିତଙ୍କ ସଂଖ୍ୟା ୪ ଲକ୍ଷ ୨୫ ହଜାର ୨୮୨ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ୧ ଲକ୍ଷ ୭୪ହଜାର ୩୮୭ ରୋଗୀ ସକ୍ରିୟ ଥିବାବେଳେ ୨ ଲକ୍ଷ ୩୭ ହଜାର ୧୯୬ ଜଣ ସୁସ୍ଥ ହୋଇଥିବା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି।