ରାଜ୍ୟରେ ଆଜି ୪୯ ହଜାର ୬୪୫ କରୋନା ଟେଷ୍ଟ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ଘଣ୍ଟାରେ ୪୯ ହଜାର ୬୪୫ କରୋନା ନମୁନା ପରୀକ୍ଷା କରାଯାଇଛି। ଏହି ନମୁନା ପରୀକ୍ଷା ଆରଟିପିସିଆର୍‌, ଆଣ୍ଟିଜେନ୍‌ ଓ ଟ୍ରୁନଟ୍‌ ପଦ୍ଧତିରେ କରାଯାଇଥିବା ସୂଚନା ମିଳିଛି। ଏଥିମଧ୍ୟରୁ ୪୧୪୫୯ଟି ଆଣ୍ଟିଜେନ ଟେଷ୍ଟ, ୮୦୭୫ଟି ଆରଟିପିସିଆର ଓ ଟ୍ରୁନଟ୍‌ରେ ୧୧୧ଟି କରୋନା ନମୁନା ପରୀକ୍ଷା କରାଯାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।