ମୁମ୍ବାଇ,୧୮/୧୧ : ମୁମ୍ବାଇ-ପୁଣେ ରାଜପଥରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୫ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୪ ଜଣ ଆହତ ହୋଇଛନ୍ତି। ଗତକାଲି ରାତିରେ ଏକ ମାରୁତି ସୁଜୁକି ଏର୍ଟିଜା କାର ଟ୍ରକ ପଛରେ ପିଟି ହେବାରୁ ଏହି ଦୁର୍ଘଟଣା ଘଟିଛି। କାରଟି ପୁଣେରୁ ମୁମ୍ବାଇ ଅଭିମୁଖେ ଯାତ୍ରା କରୁଥିଲା। ମହାରାଷ୍ଟ୍ରର ରାୟଗଡ ଜିଲ୍ଲାର ଖୋପୋଲି ନିକଟରେ ଏହି ଦୁର୍ଘଟଣା ଘଟିଛି। ଉକ୍ତ କାରରେ ୯ ଜଣ ଥିଲେ। ତେବେ ଗତକାଲି ରାତି ପ୍ରାୟ ୧୧ଟା ୩୦ରେ ଟ୍ରକ ସହ ପିଟି ହୋଇଯାଇଥିଲା। ଏହି ଦୁର୍ଘଟଣା ଏତେ ଭୟଙ୍କର ଥିଲା ଯେ ଘଟଣାସ୍ଥଳରେ ୪ ଜଣଙ୍କର ମୃତ୍ୟୁ ଘଟିଥିଲା। ଦୁର୍ଘଟଣାରେ କାରଟି ଧ୍ୱସ୍ତବିଧ୍ୱସ୍ତ ହୋଇପଡ଼ିଛି।
କାରଟି ପୁଣେରୁ ମୁମ୍ବାଇ ଯାଉଥିବା ବେଳେ ଟ୍ରକ ପଛ ପଟୁ ପିଟି ହୋଇଥିଲା । ଖୋପୋଲି ପୁଲିସ ଷ୍ଟେସନର ଜଣେ ଅଧିକାରୀ କହିଛନ୍ତି, ସମସ୍ତ ଆହତଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି। । ପ୍ରାଥମିକ ଅନୁସନ୍ଧାନରୁ ଜଣାପଡ଼ିଛି ଯେ, କାରର ଡ୍ରାଇଭର ନିୟନ୍ତ୍ରଣ ହରାଇ ଟ୍ରକ ପଛପଟୁ ପିଟି ଦେଇଥିଲେ। କାର ଡ୍ରାଇଭରଙ୍କ ବିରୋଧରେ ଏକ ମାମଲା ରୁଜୁ କରି ପୁଲିସ ଅଧିକ ତଦନ୍ତ ଚଲାଇଛି।
