ରାଜ୍ୟରେ ଦିନକରେ ୫୦ ହଜାର ୦୪୪ କରୋନା ଟେଷ୍ଟ

ଭୁବନେଶ୍ୱର : ଓଡ଼ିଶାରେ ଆଜି ଗୋଟିଏ ଦିନରେ ୫୦ ହଜାର ୦୪୪ କରୋନା ନମୁନା ପରୀକ୍ଷା ହୋଇଛି। ଆରଟିପିସିଆର, ଆଣ୍ଟିଜେନ୍ ଓ ଟ୍ରୁନଟ ମାଧ୍ୟମରେ କରୋନା ପରୀକ୍ଷା କରାଯାଇଛି। ୪୨ ହଜାର ୫୧୧ ଆଣ୍ଟିଜେନ୍ ଟେଷ୍ଟ ହୋଇଥିବାବେଳେ ୭ ହଜାର ୩୪୫ ଆରଟିପିସିଆର ଟେଷ୍ଟ ଓ ୧୮୮ଟି ଟ୍ରୁନଟ ଟେଷ୍ଟ ହୋଇଛି। ଏନେଇ ରାଜ୍ୟ ସ୍ଵସ୍ଥ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ ମହାପାତ୍ର ସୂଚନା ଦେଇଛନ୍ତି।