ଭୁବନେଶ୍ବର,୨୮/୫: ରାଜ୍ୟରେ ଆଜି ଆଉ ୬୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଫଳରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୬୬୦କୁ ବୃଦ୍ଧି ପାଇଛି । ଏହି ୬୭ ଜଣଙ୍କ ମଧ୍ୟରୁ ୬୫ ଜଣ କ୍ବାରେଣ୍ଟାଇନ କେନ୍ଦ୍ରରୁ ଏବଂ ୨ ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
୧୦ଟି ଜିଲ୍ଲାରୁ ଏହି ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୨୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ଯାଜପୁର ଓ ଖୋର୍ଦ୍ଧା ଜିଲ୍ଲାରୁ ୧୧ ଜଣ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ନୟାଗଡ ଜିଲ୍ଲାରୁ ୭, ସୁବର୍ଣ୍ଣପୁରରୁ ୪, ବଲାଙ୍ଗୀର, ସମ୍ବଲପୁର ଓ ଜଗତସିଂହପୁର ଜିଲ୍ଲାରୁ ୨ ଜଣ ଲେଖାଏଁ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେହିପରି କେନ୍ଦୁଝର ଓ ବରଗଡ ଜିଲ୍ଳାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।