ରାଜ୍ୟ ସରକାରଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ: ଅନୁପସ୍ଥିତ ଥିବା ୯୬ ପ୍ରାଥମିକ ଶିକ୍ଷକ ବହିଷ୍କୃତ

0

ଭୁବନେଶ୍ୱର: ଅନୁପସ୍ଥିତ ରହୁଥିବା ଶିକ୍ଷକମାନଙ୍କ ବିରୁଦ୍ଧରେ ସରକାର ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି । ଦୀର୍ଘଦିନ ଧରି ଅନୁପସ୍ଥିତ ଥିବା ୨୬ ଜଣ ପ୍ରାଥମିକ ଶିକ୍ଷକଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି । ଏତଦ୍ବ୍ୟତୀତ ୧୫୪ ଜଣ ପ୍ରାଥମିକ ଶିକ୍ଷକଙ୍କୁ ଦୀର୍ଘଦିନ ଧରି ଅନୁପସ୍ଥିତ ଥିବା ନେଇ କାରଣ ଦର୍ଶାଅ ନୋଟିସ୍ ଜାରି କରାଯାଇଛି ।

ସେହିପରି ପ୍ରାଥମିକ ବର୍ଗର କନିଷ୍ଠ ଶିକ୍ଷକ ଭାବେ କାର୍ଯ୍ୟ କରୁଥିବା ୯୬ ଜଣ ପ୍ରାଥମିକ ଶିକ୍ଷକଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇ ଚାକିରିରୁ ବହିଷ୍କୃତ କରାଯାଇଛି ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ସୂତ୍ରରୁ ପ୍ରକାଶ । ଆଗାମୀ ଦିନରେ ଏହି ସମୀକ୍ଷା ପ୍ରକ୍ରିୟାକୁ ଅଧିକ ତ୍ୱରାନ୍ୱିତ କରାଯିବା ସହ ଏଭଳି କାର୍ଯ୍ୟ କ୍ଷେତ୍ରରେ ଅବହେଳାକୁ ଉଚିତ ଦଣ୍ଡବିଧାନ କରାଯିବ ।

SBI AD
Leave A Reply

Your email address will not be published.