ଆସନ୍ତାକାଲି ଭାଜପା କରିପାରେ ୧୮୦ ପ୍ରାର୍ଥୀଙ୍କ ନାମ ଘୋଷଣା

ନୂଆଦିଲ୍ଲୀ,୧୫/୩: ଲୋକ ସଭା ନିର୍ବାଚନ ୨୦୧୯ ପାଇଁ ଭାଜପା ଶନିବାର ୧୮୦ ଆସନ ଲାଗି ପ୍ରାର୍ଥୀଙ୍କ ନାଁ ଘୋଷଣା କରିପାରେ। ଶନିବାର ଦଳ ମୁଖ୍ୟ କାର୍ଯ୍ୟାଳୟରେ କେନ୍ଦ୍ରୀୟ ନିର୍ବାଚନ ସମିତିର ବୈଠକ ବସିବାର କାର୍ଯ୍ୟକ୍ରମ ରହିଛି। ଏହାପରେ ପ୍ରାର୍ଥୀଙ୍କା ନାଁ ଘୋଷଣା ହୋଇପାରେ। ସୂଚନାଯୋଗ୍ୟ, ଆସନ୍ତା ଏପ୍ରିଲ ୧୧ରେ ପ୍ରଥମ ପର୍ଯ୍ୟାୟ ମତଦାନ ହେବାକୁ ଥିବା ବେଳେ ଏପର୍ଯ୍ୟନ୍ତ ଭାଜପା ଜଣେ ବି ପ୍ରାର୍ଥୀଙ୍କ ନାଁ ଘୋଷଣା କରିନାହିଁ।