ଭୁବନେଶ୍ୱର, ୦୭/୧୦ : ଆଜି ଦିଲ୍ଲୀରେ ଅନୁଷ୍ଠିତ ହେବ ମାଓ ମୁକାବିଲା ବୈଠକ । ଯୋଗ ଦେବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଏହି ଅବସରରେ ମୁଖ୍ୟମନ୍ତ୍ରୀ କିଛି କେନ୍ଦ୍ରମନ୍ତ୍ରୀଙ୍କୁ ଭେଟିବା କାର୍ଯ୍ୟକ୍ରମ ମଧ୍ୟ ରହିଛି । ଏହି ବୈଠକ ନୂଆଦିଲ୍ଲୀର ବିଜ୍ଞାନ ଭବନରେ ଏହି ବୈଠକ ବସିବ । ଏଥିରେ ଓଡ଼ିଶା, ଆନ୍ଧ୍ରପ୍ରଦେଶ, ତେଲେଙ୍ଗାନା, ବିହାର, ଛତିଶଗଡ଼, ଝାଡ଼ଖଣ୍ଡ, ମହାରାଷ୍ଟ୍ର ଓ ମଧ୍ୟପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗଦେବେ । ମାଓ ପ୍ରଭାବିତ ରାଜ୍ୟଗୁଡ଼ିକୁ ବିକାଶମୂଳକ ସହଯୋଗ କ୍ଷେତ୍ରରେ କାର୍ଯ୍ୟ କରୁଥିବା ୫ ଜଣ କେନ୍ଦ୍ରମନ୍ତ୍ରୀ ମଧ୍ୟ ଏହି ବୈଠକରେ ଯୋଗଦେବେ । ୨୦୨୬ ସୁଦ୍ଧା ଦେଶକୁ ନକ୍ସଲ ମୁକ୍ତ ପାଇଁ ଶାହ ଟାର୍ଗେଟ୍ ଦେଇଥିଲେ। ସେହି ଅନୁଯାୟୀ କ୍ରମାଗତ ଅପରେସନ ଜାରି ରହିଥିବାବେଳେ ଛତିଶଗଡ଼ରେ ଚଳିତ ବର୍ଷ ବର୍ତ୍ତମାନ ସୁଦ୍ଧା ୧୮୮ ମାଓବାଦୀ ଟଳିଲେଣି। ଆଉ ଏବେକାର ସଫଳତା ପରେ ଛତିଶଗଡ଼ ମୁଖ୍ୟମନ୍ତ୍ରୀଙ୍କ ସହ କଥା ହୋଇଥିଲେ କେନ୍ଦ୍ରଗୃହ ମନ୍ତ୍ରୀ ଶାହ ।