ମେଷ : ଅର୍ଥ ସମ୍ପର୍କକୁ ନେଇ ଭ୍ରାତୃବିବାଦ ଦେଖାଦେଇପାରେ । ପାରିବାରିକ କ୍ଷେତ୍ରରେ କୌଣସି ଅଭାବ ନ ଥାଇ ମଧ୍ୟ ମନଟା ଭଲ ଲାଗିବ ନାହିଁ । ପରିବହନ,ପ୍ରଶାସନ ଓ ପ୍ରକାଶନ, ଆନୁଷ୍ଠାନିକ କାମ ସାମାନ୍ୟ ବ୍ୟତିକ୍ରମ ମଧ୍ୟରେ ସମ୍ପନ୍ନ ହେବ ।
ବୃଷ : କୌଣସି ନୂତନ ଯୋଜନା କରିବା ସକାଶେ ମନ ବଳାଇବେ । କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହ ସାମାନ୍ୟ ତିକ୍ତତା ସୃଷ୍ଟି ହୋଇପାରେ । କେତେକ ପାରିବାରିକ ସମସ୍ୟାକୁ କେନ୍ଦ୍ରକରି ଅନ୍ତର୍ଦ୍ୱନ୍ଦ୍ୱ ସୃଷ୍ଟିର ସମ୍ଭାବନା । ଯେଉଁଥିପାଇଁ ଚିନ୍ତା କରୁଥିଲେ ଆଜି ସନ୍ଧ୍ୟାରେ ତାହା ପାଇବେ ।
ମିଥୁନ : ସାଧାରଣ ଯୁକ୍ତି ତର୍କ ହେତୁ ବନ୍ଧୁଙ୍କ ସହ ସୁସମ୍ପର୍କ ବ୍ୟାହତ ହୋଇପାରେ । ଭାଇଙ୍କ ଅଭାବ ଅସୁବିଧାକୁ କେନ୍ଦ୍ରକରି ମନ ସାମୟିକ ଅଶାନ୍ତ ରହିପାରେ । କର୍ମକ୍ଷେତ୍ରରେ ବନ୍ଧୁ ସୁବିଧାବାଦୀ ଗୁଣରେ ଶୋଷଣ କରିପାରନ୍ତି ।
କର୍କଟ : ଆଜି ପରିବାର ଭିତରେ ସୌହାର୍ଦ୍ଦ୍ୟପୂର୍ଣ୍ଣ ସ୍ଥିତିରେ କାମ କରିବେ । ଦେବଦର୍ଶନ ଓ ଭ୍ରମଣ ସାଙ୍ଗକୁ କୌଣସି ନୂତନ ଜିନିଷ କିଣିବାକୁ ମନ ବଳାଇବେ । ବନ୍ଧୁଙ୍କ ସାହାଯ୍ୟରୁ କୌଣସି ନୂତନ ଯୋଜନା ଆରମ୍ଭ କରିପାରନ୍ତି ।
ସିଂହ : ଅଭାବନୀୟ ପରିସ୍ଥିତି ସାଙ୍ଗକୁ କେତେକ ଆକସ୍ମିକ ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହେବ । ଅଫିସ୍ରେ କିମ୍ବା କାମରେ ମନର ଭାବକୁ ପ୍ରକାଶ କରିବାରେ ପଛେଇ ଯିବେ । କିନ୍ତୁ ପାରିବାରିକ କ୍ଷେତ୍ରରେ ଅନାଦର ପାଇପାରନ୍ତି ।
କନ୍ୟା : ଆଜି ସବୁ କାମ ଶୃଙ୍ଖଳିତ ରହିବାରେ ବନ୍ଧୁଙ୍କ ସାହାଯ୍ୟ ଅବିସ୍ମରଣୀୟ ରହିବ । ସହଜ ଓ ସୁବିଧାରେ କାମ କରିବା ପାଇଁ ଅନୁକୂଳ ପରିବେଶ ସୃଷ୍ଟି ନ ହୋଇପାରେ । ପରୋକ୍ଷ ଶତ୍ରୁତା କରୁଥିବା ବ୍ୟକ୍ତିମାନେ ସମସ୍ୟା ସୃଷ୍ଟିକରିପାରନ୍ତି ।
ତୁଳା : ଯାହା ଆଜି ପର୍ଯ୍ୟନ୍ତ ଖୋଜି ଖୋଜି ପାଉ ନ ଥିଲେ ଆଜି ତାହା ଆକସ୍ମିକ ଭାବରେ ପାଇବେ । ଶତ୍ରୁତା କରୁଥିବା ଲୋକଠାରୁ ମଧ୍ୟ କାମ ହାସଲ କରିନେବେ । ଶତ୍ରୁମାନେ ସମସ୍ୟା ସୃଷ୍ଟି କରିବା ସକାଶେ ଯୋଜନା କରିବେ ।
ବିଛା : ଆଜିର ଯାତ୍ରା ମଙ୍ଗଳମୟ ହେବ ଓ ଲକ୍ଷ୍ୟ ହାସଲରେ କୌଣସି ଅସୁବିଧା ହେବ ନାହିଁ । ପରିବହନ, ବ୍ୟବସାୟ ଓ ବାଣିଜ୍ୟରେ ପ୍ରତିବନ୍ଧକ ସୃଷ୍ଟି ହୋଇପାରେ । କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହ ବିବାଦ ବୃଦ୍ଧି ହୋଇପାରେ ।
ଧନୁ : ବନ୍ଧୁଙ୍କ ସହ ଭ୍ରମଣ, କ୍ରୀଡ଼ା ଓ ମନୋରଞ୍ଜନରେ ମଜ୍ଜି ରହିବେ । ଆଧ୍ୟାତ୍ମିକ ପରିବେଶରେ ସତ୍ସଙ୍ଗୀଙ୍କ ସାନ୍ନିଧ୍ୟରେ ସମୟ କଟିବ । ଆନୁଷ୍ଠାନିକ କାମରେ କିମ୍ବା ସଭାସମିତିରେ ସମ୍ମାନ ଲାଭ କରିବେ । କର୍ମକ୍ଷେତ୍ରରେ ହଠାତ୍ କୌଣସି ଘଟଣା ମନକୁ ବିବ୍ରତ କରିପାରେ ।
ମକର : ପାରିବାରିକ ସ୍ତରରେ ଭୁଲ୍ ବୁଝାମଣା କାରଣରୁ ମାନସିକ ସ୍ଥିତି ଭଲ ରହିବ ନାହିଁ । ରାଜଯୋଗ କାରଣରୁ ଚେଷ୍ଟା ସଫଳ ହେବାରେ ଜଣେ ପୁରାତନ ବନ୍ଧୁ ସାହାଯ୍ୟ କରିବେ । ପିଲାମାନଙ୍କ ସଫଳତାରେ ଆନନ୍ଦ ଅନୁଭବ କରିପାରନ୍ତି । ଯାନ୍ତ୍ରିକ ତ୍ରୁଟି ଅସୁବିଧାରେ ପକାଇପାରେ ।
କୁମ୍ଭ : ଆଜି ଆପଣ ଏକାଧାରରେ ଅର୍ଥ, ସମ୍ମାନ ଓ ପ୍ରଶଂସା ପାଇ ଉଲ୍ଲସିତ ହେବେ । କେତେକ କ୍ଷେତ୍ରରେ ବାକ୍ ଅସଂଯମତା ଯୋଗୁ ସୁସମ୍ପର୍କ ବ୍ୟାହତ ହୋଇପାରେ । କର୍ମକ୍ଷେତ୍ରରେ ଛୋଟ ଛୋଟ କାମ ହାତକୁ ନେଲେ ଦ୍ୱନ୍ଦ୍ୱରେ ପଡ଼ିପାରନ୍ତି ।
ମୀନ : କିଛି ଅସୁବିଧା ନ ଥିଲେ କ’ଣ ହେଲା, ଅନ୍ୟମାନଙ୍କ ଅସୁବିଧାକୁ ନେଇ ମନ ଉଦ୍ବେଗ ରହିବ । ବିଭିନ୍ନ ଯୋଜନା କରି ପରିସ୍ଥିତିକୁ ସୁଧାରିନେବାର ପ୍ରଯନତ୍କରି ପାରନ୍ତି । ସଙ୍ଗୀତ ଓ କଳା ସାହିତ୍ୟରେ ସମସ୍ୟା ସମାଧାନ ହୋଇଯିବ ।