ଆସନ୍ତାକାଲି ଠାରୁ ୧୩ ଯାଏ ରାଜ୍ୟରେ ବର୍ଷା

0

ଭୁବନେଶ୍ୱର, ୦୯/୦୪ : ଆସନ୍ତା ୧୩ ଯାଏ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ସମ୍ଭାବନା । ୧୨ ଘଣ୍ଟା ମଧ୍ୟରେ ଉତ୍ତର ବଙ୍ଗୋପସାଗର ଅଞ୍ଚଳକୁ ଗତି କରିବ ଲଘୁଚାପ । ଗତିର ଦିଗ ପରିବର୍ତ୍ତନ ସହ ଉତ୍ତର ଉତ୍ତରପୂର୍ବ ଦିଗରେ ଗତିକରି କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଧୀରେ ଧୀରେ ଦୁର୍ବଳ ହେବାର ସମ୍ଭାବନା ରହିଛି । ୨୪ ଘଣ୍ଟା ମଧ୍ୟରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ପାଇଁ ଆଜି ୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହିପରି ୧୧ ତାରିଖରେ୨୪ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ସେହିପରି ୧୨ ତାରିଖରେ ୧୫ ଜିଲ୍ଲା ଏବଂ ୧୩ ତାରିଖରେ ୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ୧୫ ଓ୧୬ ତାରିଖରେ ରାଜ୍ୟର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି ।

Leave A Reply

Your email address will not be published.