ନୂଆଦିଲ୍ଲୀ,୧୪/୦୪ : ଆଜି ମହାବିଷୁବ ପଣାସଂକ୍ରାନ୍ତି ତଥା ଓଡ଼ିଆ ନବବର୍ଷ । ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓଡ଼ିଶାବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଆପଣଙ୍କ ଜୀବନ ସୁଖ, ଶାନ୍ତି ଓ ସମୃଦ୍ଧିରେ ଭରିଯାଉ ବୋଲି ପ୍ରଧାନମନ୍ତ୍ରୀ କାମନା କରିଛନ୍ତି। ରାଷ୍ଟ୍ରପତି ମଧ୍ୟ ରାଜ୍ୟବାସୀଙ୍କୁ ଓଡ଼ିଆ ନବବର୍ଷର ଶୁଭେଚ୍ଛା ଜଣାଇଛନ୍ତି। ଏହି ଅବସରରେ ରାଷ୍ଟ୍ରପତି କହିଛନ୍ତି, ପଣାସଂକ୍ରାନ୍ତି ଆମ ସମାଜକୁ ପ୍ରେମ ଓ ଶାନ୍ତିର ବାର୍ତ୍ତା ଦେଇଥାଏ। ଦେଶ ପାଇଁ ସମର୍ପିତ ହୋଇ କାର୍ଯ୍ୟ କରିବାକୁ ପ୍ରେରଣା ଦେଇଥାଏ। ଏଥିସହିତ ରାଷ୍ଟ୍ରପତି ସମସ୍ତଙ୍କ ସୁଖସମୃଦ୍ଧି କାମନା କରିଛନ୍ତି।