ନୂଆଦିଲ୍ଲୀ, ୨୩/୦୪ : ପହଲଗାମ୍ ଆତଙ୍କୀ ଆକ୍ରମଣକୁ ନେଇ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହଙ୍କ ବୟାନ ଆତଙ୍କବାଦୀଙ୍କ ଆଗରେ ନଇଁବନି ଭାରତ । ଆକ୍ରମଣକାରୀଙ୍କୁ କୌଣସି ପରିସ୍ଥିତିରେ ଛଡ଼ାଯିବନି । ଶ୍ରୀନଗରରେ ୨୮ ଜଣ ମୃତକଙ୍କୁ ପୁଷ୍ପମାଲ୍ୟ ସହ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି କେନ୍ଦ୍ର ଗୃହ ମନ୍ତ୍ରୀ । ଏହାସହ ମେଡିକାଲରେ ଆହତଙ୍କୁ ଭେଟିଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ । ଆହତଙ୍କ ପରିବାରକୁ ଭେଟି ଆଲୋଚନା କରିଛନ୍ତି ଶାହ । ଶାହଙ୍କ ସହ ଉପ ରାଜ୍ୟପାଳ ମନୋଜ ସିହ୍ନା ମଧ୍ୟ ଉପସ୍ଥିତ ଥିଲେ। ଜମ୍ମୁକାଶ୍ମୀରରେ ସ୍ଥିତି ବୁଝିବା ପରେ ଅପରାହ୍ଣରେ ଦିଲ୍ଲୀ ଫେରି ପ୍ରଧାନମନ୍ତ୍ରୀ ମୋଦୀଙ୍କ ସହ କ୍ୟାବିନେଟ୍ ସୁରକ୍ଷା ପରିଷଦ ବୈଠକରେ ଯୋଗଦେବେ । ଏଥିସହ ଜମ୍ମୁ ପହଲଗାମ ଆତଙ୍କୀ ଆକ୍ରମଣରେ ୨୮ଜଣଙ୍କ ମୃତ୍ୟୁ ପରେ ଆକ୍ସନ ମୋଡ଼ରେ କେନ୍ଦ୍ର ସରକାର । ଦୁଇ ଦୁନିଆ ସାଉଦି ଆରବ ଗସ୍ତର ଅଧାରୁ ଭାରତ ଫେରିଛନ୍ତି ପ୍ରଧାନମନ୍ତ୍ରୀ । ଭାରତ ଫେରିବା ପରେ ତୁରନ୍ତ ବିମାନ ବନ୍ଦରରେ ବୈଠକ କରିଛନ୍ତି ମୋଦୀ । ହେଲିକପ୍ଟର ଓ ଡ୍ରୋନ୍ ମାଧ୍ୟମରେ ଆତଙ୍କବାଦୀଙ୍କ ତଲାସି ଅଭିଯାନ ଜାରି ରହିଛି । ଗୃହମନ୍ତ୍ରୀ ଅମିତ ଶାହା ଶ୍ରୀନଗରରେ ଏଲଜି ମନୋଜ ସିହ୍ନା, ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲାଙ୍କ ସହ ବିଭିନ୍ନ ସୁରକ୍ଷା ଏଜେନ୍ସିର ମୁଖ୍ୟ ଓ ଅନ୍ୟ ବରିଷ୍ଠ ଅଧିକାରୀ ମାନଙ୍କ ସହ ସ୍ଥିତି ସମ୍ପର୍କରେ ଆଲୋଚନା କରିଛନ୍ତି । ଆତଙ୍କୀ ଆକ୍ରମଣରେ ମୋଟ ୨୮ଜଣ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିଥିବା ବେଳେ ଏମାନଙ୍କ ମଧ୍ୟରେ ଦୁଇ ଜଣ ବିଦେଶୀ ନାଗରିକ ଓ ୩ଜଣ ସ୍ଥାନୀୟ ନାଗରିକ ଏବଂ ଜଣେ ଆଇବି ଅଧିକାରୀ ରହିଛନ୍ତି ।