ରଜ ମାର୍କେଟରେ ଲକ୍ଷେ ଉପରେ ସୁନା ଦର : ଜାଣନ୍ତୁ ଆଜିର ଦର

ଭୁବନେଶ୍ୱର, ୧୫/୦୬ : ଲକ୍ଷେ ଉପରେ ସୁନା ଦର । ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧,୧, ୬୮୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୯୩ ହଜାର ୨୦୦ ଟଙ୍କା ଛୁଇଛି । ସେହିପରି ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧, ୦୧,୪୦୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ୯୨ ହଜାର ୯୫୦ ଟଙ୍କାକୁ ପହଞ୍ଚିଛି । ମୁମ୍ବାଇରେ ୨୪ କ୍ୟାରେଟ୍ ମୂଲ୍ୟ ୧,୧, ୬୮୦ ଟଙ୍କା ଓ ୨୨ କ୍ୟାରେଟ୍ ମୂଲ୍ୟ ୯୩ ହଜାର ୨୦୦ ଟଙ୍କା ରହିଛି । ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ୦୧, ୦୧,୮୩୦ ଟଙ୍କା ଓ ୨୨ କ୍ୟାରେଟ୍ ୯୩,୩୫୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରେଟ ମୂଲ୍ୟ ୧,୦୧, ୬୮୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୯୩, ୨୦୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୧,୦୧, ୬୮୦ ଓ ୯୩, ୨୦୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୧,୧୦ , ୦୦୦ ଟଙ୍କା ହୋଇଛି । ସୁନାର ଲାଇସେନ୍ସ ନମ୍ବର, ହଲମାର୍କ କିମ୍ବା ପଞ୍ଜୀକରଣ ସଂଖ୍ୟା ଭୁଲ ଥିଲେ, ଆପଣ ସିଧାସଳଖ ସରକାରଙ୍କ ନିକଟରେ ଅଭିଯୋଗ କରିପାରିବେ । ଅଭିଯୋଗ କରିବା ପରେ ଏହି ପ୍ରସଙ୍ଗରେ କ’ଣ ପଦକ୍ଷେପ ନିଆଯାଇଛି ସେ ସମ୍ବନ୍ଧରେ ମଧ୍ୟ ସୂଚନା ପାଇପାରିବେ ।